ଜାତୀୟ ସ୍ବଚ୍ଛତା ସମାରୋହରେ ଯୋଗଦେବେ ବନିତା

ନବରଙ୍ଗପୁର, ୨୮।୯ ( ବି.ପ୍ର.): ଚଳିତ ମାସ ୩୦ ଓ ଅକ୍ଟୋବର ୧ ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସ୍ବଚ୍ଛତା ସମାରୋହରେ ଭାଗନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିବା ପାଇଁ ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟରୁ ନିମନ୍ତ୍ରଣ ପାଇଛନ୍ତି ପ୍ରଧାନମନ୍ତ୍ରୀ ବାଲ୍‌ ପୁରସ୍କାର ବିଜୟିନୀ ବନିତା ଦାସ । ଏହି ଅବସରରେ ସେ ଆଇଆଇଟି ଦିଲ୍ଲୀ ଓ ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ସ୍ବଚ୍ଛତା ପ୍ରକଳ୍ପ ପ୍ରଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା ଓ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ଇନ୍‌ଭେଷ୍ଟ୍ଟ ଇଣ୍ଡିଆ ଦ୍ୱାରା ୱେଷ୍ଟ ଟୁ ୱେଲ୍‌ଥ ମିଶନରେ ସେ ସ୍ବଚ୍ଛତା ସାରଥି ରୂପେ ମନୋନୀତ ହୋଇ ବିଗତ ଏକ ବର୍ଷ ହେବ ସିଙ୍ଗଲ ୟୁଜ ପ୍ଲାଷ୍ଟିକକୁ କିଭଳି ପୁନଃ ଚକ୍ରଣ କରାଯାଇପାରିବ ସେ ବିଷୟରେ ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ସେ ଅନେକ ବିଦ୍ୟାଳୟ ଏବଂ ବିଭିନ୍ନ ଅଞ୍ଚଳରେ ସ୍ବଚ୍ଛତା କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ମଧ୍ୟପ୍ରଦେଶର ଅମରକଣ୍ଟକରେ ଥିବା ନର୍ମଦା ନଦୀର ଉତ୍ପତ୍ତିସ୍ଥଳରେ ଏକ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସେ ଭାଗ ନେଇଥିଲେ। ବନିତା ମହାକାଶ ବିଜ୍ଞାନରେ ନିଜର କୃତିତ୍ୱ ହାସଲ କରିବା ପରେ ସ୍ବଚ୍ଛତା କ୍ଷେତ୍ରରେ ମଧ୍ୟ ଜାତୀୟସ୍ତରରେ ନିଜର ପରିଚୟ ସୃଷ୍ଟିକରି ସମଗ୍ର ଓଡ଼ିଶା ତଥା ଅବିଭକ୍ତ କୋରାପୁଟ ଜିଲା ପାଇଁ ଗୌରବ ଆଣିିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri