ଏସ୍‌ବିଆଇ ସମନ୍ବୟ ମେଳା:୪୧ ଏସ୍‌ଏଚ୍‌ଜିକୁ ଦିଆଯିବ ବିନା ସୁଧରେ ଋଣ

ଭୁବନ,୨୧।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ରବିବାର ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନେଇ ସମନ୍ବୟ ମେଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଡିଓ ରାମଚନ୍ଦ୍ର ସୋରେନ୍‌, ସମ୍ମାନିତ ଅତିଥି ପ୍ରଗତି ସହାୟକ ଲିଆକତ୍‌ ଅଲ୍ଲୀ ଖଁା, ଓଡ଼ିଶା ଜୀବିକା ମିଶନ ବ୍ଲକ ସଂଯୋଜକ ବିଦ୍ୟାଧର ମହାରଣା ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନା, ଋଣ ଉଠାଣ, ପରିଶୋଧ ନିୟମାବଳୀ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।
ଏସ୍‌ବିଆଇ ଶାଖା ପରିଚାଳକ ଦୀପକ କୁମାର ସେନାପତି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କହିଲେ, ଭୁବନ ବ୍ଲକ ଏବଂ ଏନ୍‌ଏସି ଅଧୀନ ୪୧ ଏସ୍‌ଏଚ୍‌ଜିକୁ ବିନା ସୁଧରେ ୧କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ। ପ୍ରତି ଗୋଷ୍ଠୀକୁ ଆବଶ୍ୟକତା ଅନୁଯାୟୀ ୧ ଲକ୍ଷରୁ ଆରମ୍ଭ କରି ୩ ଲକ୍ଷ ଟଙ୍କା ଯାଏ ଆର୍ଥିକ ସହାୟତା ପ୍ରଦାନ କରାଯିବ। ବ୍ୟବସାୟ ଆରମ୍ଭ ପରେ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ କିସ୍ତି ଅନୁଯାୟୀ ଏହାକୁ ସେମାନେ ସୁବିଧାରେ ଫେରସ୍ତ କରିପାରିବେ। ବ୍ୟାଙ୍କ ଋଣ ଟଙ୍କାକୁ ସୁଚିନ୍ତିତ ଭାବେ ବିନିଯୋଗ କରିପାରିଲେ ଗୋଷ୍ଠୀର ଆର୍ଥିକ କ୍ଷମତା ବୃଦ୍ଧି ପାଇବ। ଏହାର ଭରପୂର ଲାଭ ଉଠାଇବାକୁ ସେ ଗୋଷ୍ଠୀ ସଦସ୍ୟଙ୍କୁ ଆହ୍ବାନ ଦେଇଥିଲେ। କ୍ୟାଶ ଅଫିସର ପ୍ରଦୀପ ମୁଣ୍ଡା, ବିପ୍ଳବ ପାଣି, କ୍ଷେତ୍ରାଧିକାରୀ ଉମେଶ ଚନ୍ଦ୍ର ସାହୁ ପ୍ରମୁଖ ଏସ୍‌ଏଚ୍‌ଜିର ଦକ୍ଷତା ବୃଦ୍ଧି ସମ୍ପର୍କିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଉପସ୍ଥାପନ କରିଥିଲେ। ଏହି ଅବସରରେ ଋଣ ପାଇଁ ମନୋନୀତ ହୋଇଥିବା ଏସ୍‌ଏଚ୍‌ଜିକୁ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଛି। ବ୍ୟାଙ୍କରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri