Odisha Elections 2024
Posted inଜାତୀୟ

ସକ୍ରିୟ ମାମଲା ୪୧ ହଜାରରୁ କମ…

ନୂଆଦିଲ୍ଲୀ, ୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୧ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୪ ହଜାର ତଳେ ରହିଛି। ଏହା କମି ୩,୬୦୭ ରହିଛି। ଗୋଟିଏ ଦିନ ତଳେ ଏହା ୩,୨୦୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ ରହିଛି। ଗୋଟିଏ ଦିନ ତଳେ ଏହା ୧୦ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୦ ହଜାର ୯୭୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୨ ହଜାର ୩୫୮ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୪୭୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪ ହଜାର ୨୫୫ ଥିଲା। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୨ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୮୪ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୭୯ ହଜାର ୮୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୯ ହଜାର ୫୨୫ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri