ଟଙ୍କା ପୁଣି ଦୁର୍ବଳ

ମୁମ୍ବାଇ,୨୯ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ଧାରା ଜାରି ରହିଛି। ଟଙ୍କା ଦୁର୍ବଳ ହୋଇ ନିମ୍ନ ସ୍ତରକୁ ଖସିବାରେ ରେକର୍ଡ ଭାଙ୍ଗି ଚାଲିଛି। ବୁଧବାର ଟଙ୍କା ମୂଲ୍ୟ ୦.୪% ଦୁର୍ବଳ ହେବା ଯୋଗୁ ଡଲାର ମୂଲ୍ୟ ୮୧.୯୪ ଟଙ୍କାକୁ ବୃଦ୍ଧି ହୋଇଛି। ମଙ୍ଗଳବାର ଟଙ୍କା ତୁଳନାରେ ଡଲାର ମୂଲ୍ୟ ୮୧.୫୮ ଟଙ୍କା ରହିଥିଲା। ଆମେରିକାରେ ଦେଖାଦେଇଥିବା ୪୦ ବର୍ଷର ଉଚ୍ଚ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ‘ଫେଡେରାଲ ରିଜର୍ଭ’ ଗତ ମାର୍ଚ୍ଚ ମାସଠାରୁ ଅଦ୍ୟାବଧି ସୁଧହାର ୩୦୦ ବିପିଏସ୍‌ ବଢ଼ାଇ ସାରିଲାଣି। ତଥାପି ମୁଦ୍ରାସ୍ଫୀତି ବୃଦ୍ଧି ଉପରେ ଲଗାମ ଲାଗିପାରୁନାହିଁ।

ଏଭଳି ସ୍ଥିତିରେ ଫେଡେରାଲ ରିଜର୍ଭର ଅଧିକାରୀମାନେ ଆସନ୍ତା ଡିସେମ୍ବର ସୁଦ୍ଧା ସୁଧହାର ଆଉ ୧୨୫ ବିପିଏସ୍‌ ବଢ଼ାଇବା ସପକ୍ଷରେ ମତ ଦେଇଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ସୃଷ୍ଟି ହେବା ସହ ଡଲାର ଚାହିଦା ବୃଦ୍ଧି ପାଇଛି। ଫଳରେ ବୁଧବାର ଡଲାର ସୂଚକାଙ୍କ ୨୦ ବର୍ଷର ସର୍ବୋଚ୍ଚ ସ୍ତରରେ ଅର୍ଥାତ୍‌ ୧୧୪.୭୮ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଟଙ୍କାର ମୂଲ୍ୟ ହ୍ରାସ ରୋକିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବିପୁଳ ପରିମାଣର ଡଲାର ବିକ୍ରି କରିବାକୁ ବାଧ୍ୟ ହେଉଛି। ଫୋରେକ୍ସ ବ୍ୟବସାୟୀ ଅନୁମାନ କରୁଛନ୍ତି ଯେ, ଆର୍‌ବିଆଇ ଦୈନିକ ୧ ବିଲିୟନରୁ ୧.୮ ବିଲିୟନ ଡଲାର ବିକ୍ରି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri