Posted inଜାତୀୟ

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦି

ଗାନ୍ଧିନଗର,୩୦।୯: ତୃତୀୟ ସ୍ବଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଗାନ୍ଧିନଗର ଷ୍ଟେଶନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଗାନ୍ଧିନଗରରୁ ମୁମ୍ବାଇ ସେଣ୍ଟ୍ରାଲ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରେଳ ରାଜ୍ୟମନ୍ତ୍ରୀ ଦର୍ଶନା ଜରଦୋଶ ମଧ୍ୟ ଉପସ୍ଥିତ ଥିଲେ।
ବନ୍ଦେ ଭାରତ ଏକ୍ସପ୍ରେସର ମୋଟ ବସିବା କ୍ଷମତା ୧,୧୨୮ ଯାତ୍ରୀ। ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଫେବୃଆରୀ ୧୫, ୨୦୧୯ରେ ନୂଆଦିଲ୍ଲୀ-ବାରାଣାସୀ ମଧ୍ୟରେ ଚାଲିଥିଲା। ଏଥିସହିତ ଦ୍ୱିତୀୟ ଟ୍ରେନ ନୂଆଦିଲ୍ଲୀରୁ ଶ୍ରୀ ବୈଷ୍ଣୋ ଦେବୀ ପର୍ଯ୍ୟନ୍ତ ଚଳାଚଳ କରିଥିଲା। ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ପୂର୍ବ ଟ୍ରେନ ଠାରୁ ଭିନ୍ନ ହେବ। ଏହି ନୂତନ ଟ୍ରେନରେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଅନେକ ପରିବର୍ତ୍ତନ କରାଯାଇଛି। ଏହି ଟ୍ରେନରେ ପ୍ରଥମ ଥର ପାଇଁ ‘କବଚ’ ପ୍ରଯୁକ୍ତିବିଦ୍ୟା ଆରମ୍ଭ ହୋଇଛି। ଏହି ଟେକ୍ନୋଲୋଜିର ସାହାଯ୍ୟରେ ଦୁଇଟି ଟ୍ରେନର ମୁହାଁମୁହିଁ ଧକ୍କା ଭଳି ଦୁର୍ଘଟଣାକୁ ରୋକାଯାଇପାରିବ। ଏହି ଟେକ୍ନୋଲୋଜିକୁ ସ୍ବଦେଶୀ ଭାବରେ ବିକଶିତ କରାଯାଇଛି, ଯେଉଁ କାରଣରୁ ଏହାର ମୂଲ୍ୟ ବହୁତ କମ ଅଟେ। ଏହି ଟ୍ରେନ ମାତ୍ର ୫୨ ସେକେଣ୍ଡରେ ୦ ରୁ ୧୦୦ କିଲୋମିଟର ବେଗ ହାସଲ କରେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri