ରତ୍ନଭଣ୍ଡାର ସମ୍ପର୍କରେ ପଚାରିଲେ ନଡ୍ଡା

ପୁରୀ ଅଫିସ,୧।୧୦: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ସାଢ଼େ ୭ଟାରେ ନଡ୍ଡା ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ତାଙ୍କ ସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ଅଧ୍ୟକ୍ଷ ସମୀର ମହାନ୍ତି, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ରାଜ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବରିଷ୍ଠ ସେବାୟତମାନେ ତାଙ୍କୁ ଖଣ୍ଡୁଆ ପାଟ ଦେଇ ସ୍ବାଗତ କରିଥିଲେ। ସେହିପରି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଥିଲା। ନଡ୍ଡା ଶ୍ରୀମନ୍ଦିରକୁ ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପରେ ବେଢ଼ା ପରିକ୍ରମା ସାରି ଫେରିଥିଲେ। ଦର୍ଶନ ଅବସରରେ ସେ ରତ୍ନଭଣ୍ଡାର ସମ୍ପର୍କରେ ସେବାୟତମାନଙ୍କୁ ପଚାରିଥିଲେ। ରତ୍ନଭଣ୍ଡାର କେଉଁଠାରେ ଅଛି ଓ ଏହାର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପ୍ରାୟ ୭ରୁ ୮ ମିନିଟ୍‌ର ଆଲୋଚନା ସାରି ସେ ମୁକ୍ତିମଣ୍ଡପଠାରେ ପହଞ୍ଚିଥିଲେ। ପରେ ମା’ ବିମଳା ଓ ମା’ ଲକ୍ଷ୍ମୀଙ୍କ ମନ୍ଦିରରେ ଦର୍ଶନ ସାରି ୮ଟା ୫ରେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରସ୍ଥାନ କରିଥିଲେ। ଏହାପରେ ସେ ରହୁଥିବା ହୋଟେଲକୁ ଯାଇଥିଲେ। ସେଠାରେ କିଛି ସମୟ ବିତାଇ ହେଲିକପ୍ଟର ଯୋଗେ ଭଦ୍ରକ ଅଭିମୁଖେ ବାହାରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri