ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍‌ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ ନୟାପଲ୍ଲୀ ଥାନାରେ ସମ୍ପୃକ୍ତ ଯୁବତୀଙ୍କ ନାମରେ ପାଲଟା ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, କେତେଜଣଙ୍କ ସହ ମିଶି ଯୁବତୀ ଜଣକ ତାଙ୍କୁ ନିର୍ଯାତନା ଦେବା ସହ ଟଙ୍କା ମାଗୁଛନ୍ତି। ଧମକ ଦେଇ ଭୟଭୀତ କରାଉଛନ୍ତି। ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରାଯାଉଥିବା ଅକ୍ଷୟ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ଆଇପିସି ଦଫା ୩୮୪, ୩୮୫, ୫୦୬, ୧୨୦(ବି)ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ହେଲେ ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଥାନା ପକ୍ଷରୁ ମାମଲା ସମ୍ପର୍କରେ କିଛି ସୂଚନା ଦିଆଯାଇନାହିଁ।
ଅନ୍ୟପକ୍ଷରେ ସମ୍ପୃକ୍ତ ଯୁବତୀଙ୍କ ସହ ଅକ୍ଷୟଙ୍କର କିଛି ଆପତ୍ତିଜନକ ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି। ଏହାକୁ ନେଇ ଓଲିଉଡ୍‌ ସହ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଏଥିସହ ସମ୍ପୃକ୍ତ ଯୁବତୀଙ୍କର ଏକ ଭିଡିଓ ମଧ୍ୟ ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି। ଯୁବତୀଙ୍କ କହିବା ଅନୁଯାୟୀ, ‘ମୁଁ ହରିଜନ ଜାତିର ଝିଅ। ଦୀର୍ଘବର୍ଷ ହେଲା ପ୍ରଯୋଜକ ଅକ୍ଷୟ ପରିଜା ମୋ ସହ ଜବରଦସ୍ତ ଶାରୀରିକ ସମ୍ପର୍କ ରଖୁଛନ୍ତି। ମୋର ନ୍ୟୁଡ୍‌ ଫଟୋ ରଖି ବ୍ଲାକ୍‌ମେଲ କରୁଛନ୍ତି। ପ୍ରତିବାଦ କରିବାରୁ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି। ମୋ ବାହାଘର ଠିକ୍‌ ହୋଇଛି। ସେ କହୁଛନ୍ତି, ଯଦି ତୁ ବାହାହେବୁ ତା’ହେଲେ ସେ ପୁଅ ସହ ରଖେଇ ଦେବିନି। ଆଉ ମୋତେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି। ମୁଁ ଏବେ ଆଶା ରଖୁଛି, ମୋତେ ଆପଣ ନ୍ୟାୟ ଦିଅନ୍ତୁ’। ହେଲେ ସମ୍ପୃକ୍ତ ଯୁବତୀଙ୍କ ପକ୍ଷରୁ ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରାଯାଇଥିବା ଚର୍ଚ୍ଚା ହେଉଥିବାବେଳେ ସେପରି କୌଣସି ଅଭିଯୋଗ ହୋଇନାହିଁ ବୋଲି ଥାନାଧିକାରୀ ଓମ୍‌ ପ୍ରକାଶ ମହାନ୍ତି କହିଥିଲେ। ମିଳିଥିବା ସୂଚନାନୁସାରେ, ଯୁବତୀ ଜଣକ ଅଭିଯୋଗ ଲେଖି ଥାନାକୁ ଯାଇଥିଲେ। ହେଲେ ପରବର୍ତ୍ତୀ ସମୟରେ ଅଭିଯୋଗ ନ କରି ଥାନାରୁ ପଳାଇ ଆସିଥିଲେ। ଏବେ ଯୁବତୀଙ୍କ ଭିଡିଓ ଓ ପ୍ରଯୋଜକ ଅକ୍ଷୟଙ୍କ ଅଭିଯୋଗକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯୁବତୀ ଜଣକ କାହିଁକି ଥାନାରେ ଅଭିଯୋଗ କଲେ ନାହିଁ, କାଷ୍ଟିଂ କାଉଚ ଘଟଣା ସତ ନା ମିଛ, ଭାଇରାଲ ହେଉଥିବା ଫଟୋର ସତ୍ୟତା କେତେ, ଏଭଳି ବିଭିନ୍ନ ଦିଗକୁ ନେଇ ଏକାଧିକ ପ୍ରଶ୍ନ ସୃଷ୍ଟି ହେଉଛି। ତେବେ ପୋଲିସ ଅକ୍ଷୟଙ୍କ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିଛି। ତେବେ ଘଟଣା ସଂକ୍ରାନ୍ତରେ ଅକ୍ଷୟଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri