‘ବିଷ୍ଣୁଙ୍କ ଆଦର୍ଶକୁ ଯୁବପିଢ଼ି ଅନୁସରଣ କରନ୍ତୁ’

ଭଦ୍ରକ ଅଫିସ, ୧ା୧୦: ଦିବଂଗତ ବିରୋଧୀ ଦଳ ଉପନେତା ତଥା ଭଦ୍ରକ ଜିଲା ଧାମନଗର ବିଧାୟକ ସ୍ବର୍ଗତ ବିଷ୍ଣୁ ସେଠୀ ଜଣେ ସମ୍ବେଦନଶୀଳ ବ୍ୟକ୍ତିତ୍ୱ, ରାଜନେତା, ସାହିତି୍ୟକ, ସଂସ୍କୃତିପ୍ରେମୀ, ଦରଦୀ ମଣିଷ ଥିଲେ। ତାଙ୍କ ନିଧନରେ ପାର୍ଟି ଓ ପ୍ରଦେଶର ବିରାଟ କ୍ଷତି ହୋଇଛି। ତାଙ୍କ ଆଦର୍ଶକୁ ପାଥେୟ କରି ଯୁବପିଢ଼ି ସମାଜସେବାରେ ନିଜକୁ ନିୟୋଜିତ କରିପାରିଲେ ଏହା ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ସ୍ବର୍ଗତ ସେଠୀଙ୍କ ଦ୍ୱାଦଶାହରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟଅତିଥି ଭାବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡା ଯୋଗଦେଇ ମତବ୍ୟକ୍ତ କରିଛନ୍ତି।
ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ହେଲିକପ୍ଟରରେ ଆସି ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ତିହିଡ଼ି ବଜାର ନିକଟସ୍ଥ କାଳୀପଡ଼ିଆରେ ପ୍ରସ୍ତୁତ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ ଭାଜପା ନେତାମାନେ ତାଙ୍କୁ ସ୍ବାଗତ କରିଥିଲେ। ସେଠାରୁ ସେ କାର୍‌ରେ ମଙ୍ଗରାଜପୁର ଗଁାକୁ ଯାଇ ବିଷ୍ଣୁଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ। ଏହାପରେ ତିହିଡ଼ି କଲେଜ ପରିସରରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ସେ ଯୋଗଦେଇଥିଲେ। ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ନଡ୍ଡାଙ୍କ ସମେତ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଯୋଗ ଦେଇଥିଲେ। ବିଷ୍ଣୁ ସାଧାରଣ ଲୋକଙ୍କ ସମସ୍ୟାକୁ ନେଇ ବିଧାନସଭାରେ କବିତା ମାଧ୍ୟମରେ ସ୍ବର ଉଠାଉଥିଲେ। ସେ ଜଣେ ସୃଜନଶୀଳ ବ୍ୟକ୍ତିତ୍ୱ ଥିଲେ ବୋଲି ସେମାନେ କହିବା ସହ ତାଙ୍କ ରାଜନୈତିକ ଜୀବନୀ ଓ ବହୁମୁଖୀ ପ୍ରତିଭା ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ତାଙ୍କ ଜୀବନୀ ଉପରେ ଆଧାରିତ ପତ୍ରିକା ‘ବିଷ୍ଣୁପଥ’ ଉନ୍ମୋଚନ କରାଯାଇଥିଲା। ପରେ ବିଷ୍ଣୁଙ୍କ ସ୍ମୃତିରେ କଲେଜ ପରିସରରେ ଚାରାରୋପଣ କରାଯାଇଥିଲା। ଏକ ଘଣ୍ଟାର କାର୍ଯ୍ୟକ୍ରମ ସାରି ନଡ୍ଡା ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri