Posted inଖେଳ

ବୁମ୍‌ରାଙ୍କ ସ୍ଥାନରେ ସିରାଜ

ନୂଆଦିଲ୍ଲୀ, ୧ା୧୦(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଭାରତର ଅବଶିଷ୍ଟ ଦୁଇ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ପ୍ରମୁଖ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ସ୍ଥାନରେ ମହମ୍ମଦ ସିରାଜ ଖେଳିବେ। ପିଠିରେ ଇଞ୍ଜୁରି ଯୋଗୁ ବୁମ୍‌ରା ଆଗାମୀ ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ସର୍ବଭାରତୀୟ ସିନିୟର ସିଲେକ୍ସନ କମିଟି ତାଙ୍କ ସ୍ଥାନରେ ମହମ୍ମଦ ସିରାଜଙ୍କୁ ମନୋନୀତ କରିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଶୁକ୍ରବାର ପ୍ରକାଶ କରିଛନ୍ତି। ବୁମ୍‌ରା ବର୍ତ୍ତମାନ ବିସିସିଆଇ ମେଡିକାଲ ଟିମ୍‌ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ୨୮ ବର୍ଷୀୟ ଡାହାଣହାତୀ ପେସ୍‌ ବୋଲର ସିରାଜ ୫ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି ଏବଂ ୫ ଉଇକେଟ ଅକ୍ତିଆର କରିଛନ୍ତି। ଚଳିତବର୍ଷ ଫେବୃୟାରୀରେ ସେ ଶ୍ରୀଲଙ୍କା ବିପକ୍ଷରେ ତାଙ୍କ ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିଥିଲେ। ବୁଧବାର ଥିରୁଭାନନ୍ଥପୁରମଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ଉଇକେଟରେ ବିଜୟ ପରେ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ ଅଗ୍ରଣୀ ଲାଭ କରିଛି। ସିରିଜର ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଯଥାକ୍ରମେ ଗୁଆହାଟୀ (ଅକ୍ଟୋବର ୨) ଓ ଇନ୍ଦୋର (ଅକ୍ଟୋବର ୪)ରେ ଖେଳାଯିବ।
ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ. ରାହୁଲ (ଉପଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ (ଉଇକେଟକିପର), ଦୀନେଶ କାର୍ତ୍ତିକ (ଉଇକେଟକିପର), ଆର. ଅଶ୍ୱିନ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଅର୍ଶଦୀପ ସିଂ, ହର୍ଶଲ ପଟେଲ, ଦୀପକ ଚହର, ଉମେଶ ଯାଦବ, ଶ୍ରେୟସ ଆୟାର, ଶାହବାଜ ଅହମ୍ମଦ, ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri