ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଜବତ କଲା ପୋଲିସ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ ଜଣଙ୍କ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଖବର ପାଇ ପୋଲିସ ସାଇଣ୍ଟଫିକ୍‌ ଟିମ୍‌ ସହାୟତାରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ଏହାପରେ ପରିବାର ଲୋକଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ ପରେ ପୋଲିସ ହସ୍ତାନ୍ତର କରିଥିଲା। ଏନେଇ କବିତାଙ୍କ ପରିବାର ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ଏହାର କାରଣ ଖୋଜିବାକୁ ପୋଲିସଙ୍କୁ ପରିବାର ଲୋକେ କହିଛନ୍ତି। ପୋଲିସ କେସ୍‌ ନଂ ୮୬/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏହାସହ ତାଙ୍କ ନିକଟରୁ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି ପୋଲିସ। ତେବେ ଏଥିରେ ସେ କୌଣସି କାରଣ ଉଲ୍ଲେଖ କରି ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

ପୋଲିସ ସୂଚନାନୁସାରେ, କବିତା ଏଠାରେ ଏକ ସେବା ପ୍ରଦାନକାରୀ ସଂସ୍ଥାର କର୍ମଚାରୀ ଭାବେ କାମ କରୁଥିଲେ। ଗତ ୨ ମାସ ଧରି ନୟାପଲ୍ଲୀ ଅଞ୍ଚଳର ଜଣେ ୯୩ ବର୍ଷୀୟା ବୃଦ୍ଧାଙ୍କ ପାଖରେ କେୟାରଟେକର ଭାବେ ରହି ତାଙ୍କ ସେବା କରୁଥିଲେ। ଉଭୟ ଗୋଟିଏ ରୁମ୍‌ରେ ରହୁଥିଲେ। ତେବେ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ କବାଟ ବନ୍ଦ ଥିବାରୁ ଅନ୍ୟ ସଦସ୍ୟମାନେ କବାଟ ବାଡ଼ାଇଥିଲେ। କିନ୍ତୁ ଭିତର ପଟୁ ମୃତା କବିତାଙ୍କ କୌଣସି ଉତ୍ତର ଆସି ନ ଥିଲା। ଏହାପରେ ଉକ୍ତ ରୁମ୍‌ରେ ଶୋଇଥିବା ୯୩ ବର୍ଷୀୟା ବୃଦ୍ଧା କବାଟ ଖୋଲିବାରୁ କବିତା ଓଢ଼ଣୀ ସାହାଯ୍ୟରେ ଫ୍ୟାନ୍‌ରେ ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହାପରେ କଣ୍ଟ୍ରୋଲ ରୁମ୍‌କୁ ଖବର ଦିଆଯିବାରୁ ପିସିଆର ଭ୍ୟାନ୍‌ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri