ମନ୍ତ୍ରୀଙ୍କ ଭାଷଣକୁ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡାଠାରେ ଶୁକ୍ରବାର ବିଜେଡି ସାଙ୍ଗଠନିକ ସଭା ଓ ପଦଯାତ୍ରା ପ୍ରସ୍ତୁତି ଶିବିର ଅବସରରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ଭାଷଣକୁ ଭାଜପା କଡ଼ା ବିରୋଧ କରିଛି। ପ୍ରତାପ କହିଥିଲେ, ସାଢ଼େ ୪ କୋଟି ଓଡ଼ିଆଙ୍କର ଗୋଟିଏ ପରିଚୟ ଥିଲା ପ୍ରଭୁ ଜଗନ୍ନାଥ। ଏବେ ଆପଣମାନେ ଭାରତ ବର୍ଷର ଯେ କୌଣସି ଜାଗାକୁ ଯିବେ ଏବଂ ଓଡ଼ିଶାରୁ ବୋଲି ପରିଚୟ ଦେବେ, ସମ୍ମୁଖରେ ଥିବା ବ୍ୟକ୍ତିଙ୍କ ମୁହଁରୁ ପ୍ରଥମେ ନବୀନ ପଟ୍ଟନାୟକଙ୍କ ନାଁ ବାହାରିବ।
ଶିଳ୍ପମନ୍ତ୍ରୀ ପ୍ରତାପଙ୍କ ଏପରି ମନ୍ତବ୍ୟକୁ ଭାଜପା ନେତା ସମ୍ବିତ୍‌ ପାତ୍ର ନିନ୍ଦା କରିଛନ୍ତି। ଶନିବାର ଏନେଇ ସେ ଟୁଇଟ୍‌ କରି କହିଛନ୍ତି, ଏହା ଅହଂକାରର ଚରମ ପରିଚୟ। ମନ୍ତ୍ରୀ ସାଢ଼େ ୪ କୋଟି ଓଡ଼ିଆଙ୍କ ସହ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ହିନ୍ଦୁଙ୍କ ଭାବନା ପ୍ରତି ହୀନମନ୍ୟତା ସୃଷ୍ଟି କରିଛନ୍ତି। ସେ ଯାହା କହିଛନ୍ତି କ’ଣ ମୁଖ୍ୟମନ୍ତ୍ରୀଙ୍କ ସହମତି ରହିଛି କି ବୋଲି ସମ୍ବିତ୍‌ ପ୍ରଶ୍ନ କରିଛନ୍ତି। ଯଦି ସହମତ ନାହାନ୍ତି ତା’ହାଲେ ସମ୍ପୃକ୍ତ ମନ୍ତ୍ରୀଙ୍କୁ ତିରସ୍କାର କରନ୍ତୁ।
ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ପ୍ରତାପଙ୍କ ଭାଷଣକୁ ନାପସନ୍ଦ କରିବା ସହ କହିଛନ୍ତି, ଏଭଳି ବକ୍ତବ୍ୟ ରଖି ଅହଂକାରର ଶୀର୍ଷରେ ବିଜେଡି ପହଞ୍ଚତ୍ଛି। ଜଗନ୍ନାଥଙ୍କ ବିକଳ୍ପ ଭାବେ ନିଜ ଦଳର ନେତାଙ୍କୁ ଦେଖିବା ଆରମ୍ଭ କରିଛନ୍ତି। ଏହାଠାରୁ କଦର୍ଯ୍ୟ ମାନସିକତା, ଚାଟୁକାରିତା ଆଉ କିଛି ବି ହୋଇ ନ ପାରେ। ଓଡ଼ିଶାବାସୀଙ୍କୁ ଏହାଠାରୁ ବଡ଼ ଅପମାନ ଆଉ କିଛି ହୋଇ ନ ପାରେ ବୋଲି ସେ କହିଛନ୍ତି।
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଜନତା ମଇଦାନ ସଭାକୁ କାଉଣ୍ଟର ଲାଗି ବରମୁଣ୍ଡାରେ ବିଜେଡି ସମାବେଶ କରିଥିଲା। ଏଥିରେ ଯୋଗଦେଇ ମନ୍ତ୍ରୀ ଦେବ ବିବାଦୀୟ ଭାଷଣ ରଖି ଆଲୋଚନାକୁ ଆସିଛନ୍ତି। ଗୋଟିଏପଟେ ବିଜେଡି ଏଭଳି କାଉଣ୍ଟର ସଭା କରିବା ପଛରେ ଭାଜପା ମୁଖିଆଙ୍କ ଗସ୍ତ ଭୟ ଲୁଚି ରହିଥିବା ନେଇ ଆଲୋଚନା ହେଉଥିବା ବେଳେ ଅନ୍ୟପଟେ ବିବାଦୀୟ ମନ୍ତବ୍ୟ ଏହାକୁ ତେଜିବାରେ ସହାୟକ ହୋଇଛି। ଅନ୍ୟ ପକ୍ଷରେ ମନ୍ତ୍ରୀ ପ୍ରତାପ ଦେବ ଟୁଇଟ କରି କହିଛନ୍ତି ଯେ ବିରୋଧୀ ଅଯଥା ରାଜନୀତି କରୁଛନ୍ତି। ମୋର ଭାଷଣକୁ କଦର୍ଥ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଶାସନ ବିଷୟରେ ସୂଚନା ଦେଇଥିଲି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri