ଭାଇଚାରା ମଧ୍ୟରେ ପୂଜା ପାଳନ କର

ଢେଙ୍କାନାଳ ଅଫିସ,୨।୧୦: ଆସନ୍ତା ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ପାଳନ କରାଯିବ। ଏହି ଉପଲକ୍ଷେ ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର ଏକ ମିଳିତ ବୈଠକ ବସିଥିଲା। ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳା ଓ ଭାଇଚାରା ମଧ୍ୟରେ ଅଧିକ ସରସ ସୁନ୍ଦର କରି ପାଳନ କରିବା ପାଇଁ ଜିଲାପାଳ ଜନସାଧାରଣଙ୍କ ସମେତ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଶିଶୁ, ବୃଦ୍ଧ ଓ ହୃଦ୍‌ରୋଗୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଭସାଣି ଉତ୍ସବରେ ଡିଜେ ସାଉଣ୍ଡ ବ୍ୟବହାର ନ କରି ପାରମ୍ପରିକ ବାଦ୍ୟଯନ୍ତ୍ର ବ୍ୟବହାର କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ତୋରଣ ନିର୍ମାଣ ସମୟରେ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ଦୃଷ୍ଟି ଦେବା ସହ ବିଦ୍ୟୁତ୍‌ ସଂଯୋଗ ପ୍ରତି ବିଶେଷ ସତର୍କତା ଅବଲମ୍ବନ କରିବାକୁ ସମସ୍ତ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ଡଙ୍ଗା ଦ୍ୱାରା ବ୍ରାହ୍ମଣୀ ନଦୀ ପାର ହୋଇ ପୂଜା ଦେଖିବାକୁ ଆସୁଥିବା ଯାତ୍ରୀମାନେ ସତର୍କ ରହିବା ପାଇଁ ପରାମର୍ଶ ଦେବା ସହ ଡଙ୍ଗାରେ ଯେପରି ଧାର୍ଯ୍ୟ କ୍ଷମତାଠାରୁ ଅଧିକ ଲୋକ ନ ଆସନ୍ତି ସେଥିପ୍ରତି ସମ୍ପୃକ୍ତ ବ୍ଲକର ବିଡିଓ ଓ ସ୍ଥାନୀୟ ଅଧିକାରୀମାନେ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ପାର୍ବଣ ସମୟରେ ଅଧିକ ସମୟ ପାନୀୟଜଳ ଯୋଗାଇ ଦେବାକୁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଚଳିତବର୍ଷ ପୂଜା ଉତ୍ସବରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ ସହିତ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି ବୋଲି ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି ପ୍ରକାଶ କରିଥିଲେ। ଅଧିକ ଜନ ସମାଗମ ହେବାକୁ ଥିବାରୁ ପୌରପାଳିକା ପକ୍ଷରୁ ସହରର ବିଭିନ୍ନ ପ୍ରାନ୍ତରେ ଯାନବାହାନ ନିମନ୍ତେ ପାର୍କିଂ ବ୍ୟବସ୍ଥା କରାଯାଉଛି ବୋଲି ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ପ୍ରକାଶ କରିଥିଲେ। ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତି ଶଙ୍କର ସାହୁ, ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁଙ୍କ ସମେତ ସମସ୍ତ ବିଡିଓ, ତହସିଲଦାର ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଏବଂ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri