Posted inଜାତୀୟ

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ ଶହୀଦ ହୋଇଥିବାବେଳେ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛଇ। ପୋଲିସ ଏବଂ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରି ରହିଛନ୍ତି। ସର୍ଚ୍ଚ ଅପରେଶନ ଜାରି ରହିଛି।

ସୂଚନାନୁସାରେ, ପୁଲୱାମା ଜିଲାର ପିଙ୍ଗଲାନାରେ ଆତଙ୍କବାଦୀମାନେ ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଗୁଳି ଚଳାଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଏହି ଆକ୍ରମଣରେ ଜଣେ ପୋଲିସ କର୍ମଚାରୀ ଏବଂ ସିଆରପିଏଫ୍‌ ଯବାନ ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ପୋଲିସ ଯବାନଙ୍କର ମୃତ୍ୟୁ ଘଟିଥିଲା।

ସୂଚନା ପାଇବା ମାତ୍ରେ ପୋଲିସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମଗ୍ର ଅଞ୍ଚଳକୁ ଘେରି ରହି ଆତଙ୍କବାଦୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri