ଓପିଟିସିଏଲ୍‌ ଅଧ୍ୟକ୍ଷଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ

ଭୁବନେଶ୍ୱର,୩।୧୦: ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କୁ ନିକଟରେ ଶ୍ରେଷ୍ଠ ପ୍ରଶାସକ ସମ୍ମାନରେ ସମ୍ମାନିତ କରାଯାଇଛି। ରବିବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଆୟୋଜିତ ଇଣ୍ଟରଭ୍ୟୁ ଟାଇମ୍‌ସ ପତ୍ରିକାର ୧୧ତମ ବାର୍ଷିକ ଉତ୍ସବରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ଦକ୍ଷତା ପ୍ରଦର୍ଶନ ଓ ପ୍ରେରଣା ସୃଷ୍ଟି କରିଥିବା ୨୦ଜଣ ଶ୍ରେଷ୍ଠ ବ୍ୟକ୍ତିତ୍ୱଙ୍କୁ ଏହି ପରିପ୍ରେକ୍ଷୀରେ ସମ୍ମାନିତ କରାଯାଇଥିଲା।

ପ୍ରଶାସନିକ ସେବା କ୍ଷେତ୍ରରେ ସଞ୍ଜୟ ମିଶ୍ରଙ୍କୁ ଶ୍ରେଷ୍ଠ ପ୍ରଶାସକ ଭାବେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ମିଶ୍ର ଭାରତୀୟ ରେଳ ଯାତାୟାତ ସେବା (ଆଇଆରଟିଏସ)ର ଅଧିକାରୀ। ଏହା ପୂର୍ବରୁ ସେ ପୂର୍ବତଟ ରେଳପଥ ବିଭାଗରେ କାଯର୍‌ୟରତ ଥିବା ବେଳେ ୨୦୨୧ ଅଗଷ୍ଟରେ ସଞ୍ଜୟ ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗରେ ସ୍ବତନ୍ତ୍ର ସଚିବ ଭାବେ ଡେପୁଟେସନରେ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ଅତିରିକ୍ତ ଭାବେ ମିଶ୍ରଙ୍କୁ ଓପିଟିସିଏଲରେ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ମଧ୍ୟ ରାଜ୍ୟ ସରକାର ନ୍ୟସ୍ତ କରିଥିଲେ। କୋଭିଡ୍‌ ପ୍ରତିବନ୍ଧକ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେ ଓପିଟିସିଏଲର ମଙ୍ଗ ଧରିଥିଲେ ଏବଂ ଓଡ଼ିଶାର ବିଦ୍ୟୁତ୍‌ ସରବରାହ ଭିତ୍ତିଭୂମିରେ ଯଥେଷ୍ଟ ବୃଦ୍ଧି ମିଶ୍ରଙ୍କ ନେତୃତ୍ୱରେ ହୋଇପାରିଥିଲା। ନିକଟରେ ରାଜ୍ୟ ସରକାର ମିଶ୍ରଙ୍କୁ ଓପିଟିସିଏଲର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ନ୍ୟସ୍ତ କରିଛନ୍ତି।

ଓଡ଼ିଶା ସରକାରଙ୍କ ୫ଟି ମନ୍ତ୍ରକୁ ସଫଳ ରୂପାୟନ କରିବା ପାଇଁ ଓପିଟିସିଏଲରେ ମଧ୍ୟ ବ୍ୟାପକ ଟେକ୍ନୋଲଜି ବ୍ୟବହାରକୁ ସେ ଗୁରୁତ୍ୱ ଦେଇଛନ୍ତି। ଇ-ଅଫିସ୍‌, ଗ୍ରୀଡ଼୍‌ ଅଟୋମେସନ୍‌ ଏବଂ ରିମୋଟ୍‌ ପରିଚାଳନା ଭଳି ବହୁ ଆଧୁନିକ ଜ୍ଞାନକୈାଶଳକୁ ପ୍ରଣୟନ କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଏହି ସମ୍ମାନ ପାଇଁ ଓପିଟିସିଏଲର ସମସ୍ତ ନିର୍ଦ୍ଦେଶକ,ଉଚ୍ଚପଦସ୍ଥ ଅଧିକାରୀ ଏବଂ ଏହାର କର୍ମକର୍ତ୍ତାମାନେ ଅଧ୍ୟକ୍ଷଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସମ୍ମାନିତ ହେବା ଅବସରରେ ମିଶ୍ର କହିଥିଲେ ଯେ, ଏହି ସମ୍ମାନ ମୋର ବ୍ୟକ୍ତିଗତ ସଫଳତା ନୁହେଁ ବରଂ ଓପିଟିସିଏଲର ସମସ୍ତ କର୍ମଚାରୀଙ୍କ ସାମୂହିକ ସଫଳତା ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri