Posted inଜାତୀୟ

ବର୍ଷା ପରେ ଦିଲ୍ଲୀରେ ୪ ଗୁଣା ବଢିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା, ଭାଙ୍ଗିଲା ୫ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୪ ।୧୦: ଗତ ସପ୍ତାହରେ ଲଗାତାର ୪ ଦିନର ବର୍ଷା ପରେ ରାଜଧାନୀ ଦିଲ୍ଲୀରେ ବଢିଯାଇଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ଏଠାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୪ ଗୁଣା ବୃଦ୍ଧି ପାଇଛି । ଏମସିଡିର ରିପୋର୍ଟ ଅନୁଯାୟୀ, ୨୧-୨୮ ସେପ୍ଟେମ୍ବର ମଧ୍ୟରେ ୪୧୨ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଗତ ସପ୍ତାହରେ ଆସଥିବା ୧୨୯ ରୋଗୀଙ୍କ ତୁଳନାରେ ଏହା ୪ ଗୁଣା ଅଧିକ । ଚଳିତ ବର୍ଷ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୯୩୭ ହୋଇଛି ଯାହା ଗତ ୫ବର୍ଷ ମଧ୍ୟରେ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଗୁଣା ଅଧିକ ବୋଲି କୁହାଯାଉଛି ।
ସୂଚନାଯୋଗ୍ୟ, ଲଗାତାର ବର୍ଷା ହେବା ଫଳରେ ଡେଙ୍ଗୁ କରାଉଥିବା ଏଡିଜ ମଶାଙ୍କୁ ପ୍ରଜନନ ପାଇଁ ସଫା ପାଣି ମିଳିଯିବା ଫଳରେ ଏମାନଙ୍କ ପ୍ରସାର ଦ୍ରୁତ ଗତିରେ ହେଲା । ପାଣିପାଗ ବିଭାଗ କହିଛି ଦୁଇ ଦିନ ପରେ ପୁଣି ବର୍ଷା ହେବର ସମ୍ଭାବନା ରହିଛି । ତେଣୁ ଏହାପରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି । ଏପଟେ ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଏବେ ଡେଙ୍ଗୁରେ ପୀଡ଼ିତ ଯେତିକି ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ତା’ଠାରୁ ଢେର ଅଧିକ ଡେଙ୍ଗୁରେ ପୀଡ଼ିତ ହୋଇଛନ୍ତି । ଏମସିଡି ଦିଲ୍ଲୀର ପ୍ରାୟ୨୫୦ ସ୍ଥାନକୁ ମଶାଙ୍କ ପ୍ରଜନନ ସ୍ଥାନ ଭାବେ ହଟସ୍ପଟ ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri