ଖାରବେଳନଗରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୪।୧୦: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଆଉଟଲେଟ ଓଡ଼ିଶା ବଜାରରେ ଉଦଘାଟିତ ହୋଇଯାଇଛି। ସୋମବାର ସ୍ଥାନୀୟ ଖାରବେଳ ନଗର (ଜନପଥ) ଠାରେ ଟ୍ରେଣ୍ଡସର ନୂଆ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ବିଶେଷ କରି ୯,୫୮୭ ବର୍ଗ ଫୁଟ ପରିମିତ ଜାଗାରେ ଗଢି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ ରହିଛି। ଯେ ପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। ଏଠାରେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସ୍ଥାନୀୟ ଗ୍ରାହକ ଓ ରାଜ୍ୟବାସୀ ପାଇପାରିବେ। ଉଲ୍ଲେଖଯୋଗ୍ୟ ଯେ ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି। ଏହା ବର୍ତ୍ତମାନ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ସପିଙ୍ଗ ଡେଷ୍ଟିନେଶନ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri