ଡେ କେୟାରରେ ଗୁଳିମାଡ଼ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ବ୍ୟାଙ୍କକ୍‌,୬ା୧୦: ଗୁରୁବାର ଥାଇଲାଣ୍ଡର ଏକ ଡେ କେୟାର ସେଣ୍ଟରରେ ଗୁଳିମାଡ଼ ହୋଇଛି। ଏଥିରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୨ ଜଣ ଶିଶୁ ଅଛନ୍ତି। ଦେଶର ପ୍ରଧାନମନ୍ତ୍ରୀ ପ୍ରୟୁଥ ଚାନ-ଓଚା ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସା କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଥାଇଲାଣ୍ଡର ଉତ୍ତର ପ୍ରାନ୍ତର ନାଙ୍ଗବୁଆ ଲମ୍ପୁରେ ଏହି ଗୁଳିକାଣ୍ଡ ହୋଇଥିଲା। ମିଳିଥିବା ସୂଚନାନୁଯାୟୀ, ଯିଏ ନର୍ସରୀ ଉପରେ ଆକ୍ରମଣ କରିଥିଲେ ସେ ଜଣେ ପୂର୍ବତନ ପୋଲିସ କର୍ମଚାରୀ। ଡ୍ରଗ୍ସ ମାମଲାରେ ଆକ୍ରମଣକାରୀ ପାନ୍ୟା କାମ୍ରାବ (୩୪) ଙ୍କୁ ବରଖାସ୍ତ କରାଯାଇଥିଲା। ଗୁଳିମାନ ପରେ ଅଭିଯୁକ୍ତ ତାଙ୍କ ସ୍ତ୍ରୀ ଏବଂ ପୁଅକୁ ଛାଡ଼ି ନ ଥିଲେ, ସେ ମଧ୍ୟ ସେମାନଙ୍କୁ ହତ୍ୟା କରିଥିଲେ। ଏସବୁ ପରେ ଆକ୍ରମଣକାରୀ ଆତ୍ମହତ୍ୟା କରିଥିଲେ। ପୋଲିସ ସୂଚନାନୁସାରେ, ବନ୍ଧୁକଧାରୀ ପ୍ରଥମେ ଡେ କେୟାରର ୫ ଜଣ କର୍ମଚାରୀଙ୍କୁ ହତ୍ୟା କରିଥିଲେ। ସେମାନଙ୍କ ମଧ୍ୟରେ ଜଣେ ୮ ମାସର ଗର୍ଭବତୀ ଶିକ୍ଷୟିତ୍ରୀ ଥିଲେ।

ଆଜିର ଏହି ଗୁଳିମାଡ଼ ଘଟଣାରେ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ମୃତତଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ସେ ଘଟଣାର ତୁରନ୍ତ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri