Posted inଜାତୀୟ

ରାହୁଲ ଗାନ୍ଧୀ ହାତ ଧରିବାରୁ ଦୌଡିଲେ ୭୫ ବର୍ଷିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

ନୂଆଦିଲ୍ଲୀ,୭ ।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ଭାରତ ଯୋଡୋ ଯାତ୍ରାରେ । ଗୁରୁବାର ଅର୍ଥାତ ୬ ଅକ୍ଟୋବରରେ ଏହାକୁ ନେଇ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ମନକୁ ବେଶ ପାଇଛି । ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୯ତମ ଦିନରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ହାତ ଧରି ଦୌଡିବା ଆରମ୍ଭ କରିଥିବା ବେଳେ ୭୫ ବର୍ଷିୟ ମୁଖ୍ୟମନ୍ତ୍ରୀ ବି ଏଥିରେ ଖୁବ୍ ଖୁସି ହୋଇ ଦୌଡିବା ଆରମ୍ଭ କରିଥିଲେ । ଏମିତି ଏକ ଭିଡିଓ କ୍ୟାମେରାରେ କଏଦ ହେବା ପରେ ଏବେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଭିଡିଓରେ ଉଭୟ ନେତା କାନ୍ଧରେ କାନ୍ଧ ମିଶାଇ ଦୌଡିବା ଭଳି ନଜର ଆସିଛି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷଙ୍କ ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଭାବ ଏହି ଭିଡିଓରେ ସ୍ପଷ୍ଟ ବାରି ହୋଇ ପଡୁଛି ।
ସିଦ୍ଧରମୈୟା କଛି ସମୟ ପାଇଁ ରାହୁଲଙ୍କ ସହ ଦୌଡୁଥିବା ବେଳେ ପାଖରେ ଥିବା ଅନ୍ୟ ନେତାମାନେ ହସୁଥିବା ଦେଖାଯାଇଛି । ସୂଚନାଯୋଗ୍ୟ, ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୯ତମ ଦିନରେ ଏଥିରେ ସାମିଲ ହୋଇ ନେତା ଓ କର୍ମୀଙ୍କ ଉତ୍ସାହକୁ ବଢାଇଛନ୍ତି । ଏହି ଯାତ୍ରା ସମୟରେ ସୋନିଆ ଓ ରାହୁଲଙ୍କ ଭଲପାଇବାର ଦୃଶ୍ୟ ବି ଦେଖିବାକୁ ମିଳିଛି । ଏହି ସମୟରେ ମାଆପୁଅଙ୍କର ସ୍ନେହ ଓ ପ୍ରେମର କିଛି ଫଟୋ କଂଗ୍ରେସ ନେତା ତଥା ଅନ୍ୟମାନେ ସୋସିଆଲ ମିଡିଆରେ ଶେୟାର କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri