ପାରାଦୀପରୁ କେନ୍ଦୁଝର ପର୍ଯ୍ୟନ୍ତ ମେମୁ ଟ୍ରେନ

କେନ୍ଦ୍ରାପଡ଼ା ଅଫିସ,୭ା୧୦: ୨୦୨୦ ଜୁଲାଇରୁ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ା ବାଦ ପଡିଛି। ସେହିବର୍ଷ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ ପାଖାପାଖି ମାଲବାହୀ ଟ୍ରେନ ଗଡୁଛି। ହେଲେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ କରିପାରିନାହିଁ। ଏହାକୁ ନେଇ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ଗଁାର ଗୌତମ ବେହେରା ସେପ୍ଟେମ୍ବର ୨୪ରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି କରି ପୂର୍ବତଟ ରେଳ କର୍ତ୍ତୃପକ୍ଷଙ୍କୁ ଉତ୍କଳମଣି ଯୁବକ ସଂଘ ପକ୍ଷରୁ ଚିଠି ଲେଖିଥିଲେ। ଏ ସମ୍ପର୍କରେ ଗତ ୩ ତାରିଖରେ ଡେପୁଟି ଚିଫ ଅପରେଶନ୍ସ ମ୍ୟାନେଜର ଡି. ଆର. ପାଉଲଙ୍କଠାରୁ ମିଳିଥିବା ଚିଠି (୯୫/ ୨୨) ସ୍ଥାନୀୟ ଅଞ୍ଚଳରେ ଆଶାର କିରଣ ସଞ୍ଚାର କରିଛି। ପାରାଦୀପଠାରୁ ଭାୟ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ପର୍ଯ୍ୟନ୍ତ ଏକ ମେମୁ ଟ୍ରେନ ଚଳାଚଳ ପାଇଁ ପ୍ରକ୍ରିୟା ଜାରି ରହିଥିବା ଏଥିରେ ଦର୍ଶାଯାଇଛି। ତେବେ ଏଥିପାଇଁ ଭିତ୍ତିଭୂମିର ଅଭାବ ଓ ନିରାପତ୍ତା ଆୟୁକ୍ତଙ୍କ ତଦାରଖ ଆବଶ୍ୟକ ଥିବା ସୂଚନା ମିଳିଛି।
ଏ ସମ୍ପର୍କରେ ଗୌତମ କହିଛନ୍ତି, ହରିଦାସପୁର ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡିଥିଲା। ଏହାକୁ ଇତିମଧ୍ୟରେ ପ୍ରାୟ ଅଢ଼େଇ ବର୍ଷ ହୋଇଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡିନାହିଁ। ୧୯୯୬- ୯୭ ଆର୍ଥିକ ବର୍ଷରେ ଏହି ରେଳ ଲାଇନ ପାଇଁ ପ୍ରସ୍ତାବ ଆଗତ ହୋଇଥିଲା। ଦୀର୍ଘଦିନ ଧରି ଏହି ପ୍ରକଳ୍ପ ପଡିରହିବା ପରେ ରେଳପଥ ସମ୍ପୂର୍ଣ୍ଣ ନିର୍ମାଣ ହୋଇଛି। ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଥିପାଇଁ ରେଳ କର୍ତ୍ତୃପକ୍ଷଙ୍କୁ ଏ ସମ୍ପର୍କରେ ଯୁବକ ସଂଘ ପକ୍ଷରୁ ଦାବିପତ୍ର ଦିଆଯାଇଥିଲା। ଖୁବ୍‌ଶୀଘ୍ର ଭିତ୍ତିଭୂମି ତଦାରଖ ପରେ ମେମୁ ଟ୍ରେନ ଚଳାଚଳ କରିବ ନେଇ ଜିଲାବାସୀ ଆଶାବାଦୀ ଅଛନ୍ତି। ଏ ନେଇ କଂଗ୍ରେସ ନେତା ସୌମେନ୍ଦ୍ର ପୃଷ୍ଟି କହିଛନ୍ତି, ୨୦୨୧ରେ ଜିଲା କଂଗ୍ରେସ ପକ୍ଷରୁ ରେଳମନ୍ତ୍ରୀ, ରାଜ୍ୟପାଳଙ୍କୁ ଏ ସମ୍ପର୍କରେ ଦାବିପତ୍ର ଦିଆଯାଇଥିଲା। ଏଥିସହ ନଭେମ୍ବର ୯ରେ ରେଳରୋକୋ ହୋଇଥିଲା। ୨୦୨୦ରେ କରୋନା ସଂକ୍ରମଣ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାକୁ ପ୍ରାୟ ୩ ଲକ୍ଷ ପ୍ରବାସୀ ଫେରିଥିଲେ। ସେମାନଙ୍କ ଯାତ୍ରା ପଥର କଷ୍ଟ ସମ୍ପର୍କରେ ଗଣମାଧ୍ୟମରେ ବହୁଳ ଭାବେ ପ୍ରସାରିତ ହୋଇଛି। ଜିଲାରୁ ଏତେ ସଂଖ୍ୟକ କର୍ମଜୀବୀ ବାହାରକୁ ଯାଉଥିବା ବେଳେ ଜିଲାରୁ ଯାତ୍ରାବାହୀ ରେଳ ଚଢ଼ିବା ଅଦ୍ୟାବଧି ସମ୍ଭବ ହୋଇନାହିଁ। ଜିଲାର କର୍ମଜୀବୀ ରେଳରେ ଚଢ଼ି ବାହାରକୁ ଯିବାକୁ ହେଲେ ନିକଟସ୍ଥ ପାରାଦୀପ, କଟକ ଅଥବା ହରିଦାସପୁର ରେଳ ଷ୍ଟେଶନକୁ ଯିବାକୁ ପଡୁଛି। ତୁରନ୍ତ କେନ୍ଦ୍ରାପଡ଼ା ଜିଲାରେ ରେଳ ଚଳାଚଳ ପାଇଁ ଦାବି କରାଯାଉଥିବା ମତ ଦେଇଛନ୍ତି। ସାମାଜିକ କର୍ମୀ ନିହାର ରଞ୍ଜନ ପ୍ରଧାନ କହିଛନ୍ତି, ଯାତ୍ରୀବାହୀ ରେଳ ଚଳାଚଳ ପାଇଁ କେନ୍ଦ୍ରାପଡ଼ାବାସୀ ଅପେକ୍ଷା କରିଛନ୍ତି। ଓଡ଼ିଶାରୁ ଏମ୍‌ପି ହୋଇ ଯାଇଥିବା ଅଶ୍ୱନୀ ବୈଷ୍ଣବ କେନ୍ଦ୍ର ରେଳମନ୍ତ୍ରୀ ପଦବୀ ମିଳିବା ପରେ ଏହି ଦାବିକୁ ତୀବ୍ର କରାଯାଇଛି। ଯାତ୍ରୀବାହୀ ରେଳ ଚଳାଚଳ ଫଳରେ କେନ୍ଦ୍ରାପଡ଼ାବାସୀ ଯାତାୟତ ସମସ୍ୟାର ସମାଧାନ ହେବା ସହ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ସୁଯୋଗ ମିଳିପାରିବ। ଏ ସମ୍ପର୍କରେ ପୂର୍ବତଟ ରେଳପଥର ପିଆରଓ ନିରାକାର ଦାସ କହିଛନ୍ତି, ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ସମସ୍ତ ପ୍ରସ୍ତୁତି ସରିନାହିଁ। ଷ୍ଟେଶନ ଓ ସିଗନାଲ ସିଷ୍ଟମକୁ ଭଲ ଭାବେ ପରୀକ୍ଷା ପରେ ଟ୍ରେନ ଚଳାଚଳ ସମ୍ଭବ ହୋଇପାରିବ ବୋଲି ପିଆରଓ ଦାସ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri