କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୬ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮ ଏବଂଖୋର୍ଦ୍ଧାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୬, ବରଗଡ଼ ୪, ବଲାଙ୍ଗୀର ୧, ଜଗତସିଂହପୁର ୧, ଯାଜପୁର ୩, ଝାରସୁଗୁଡ଼ା ୧, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୧, ମୟୂରଭଞ୍ଜ ୧, ନୟାଗଡ଼ ୪, ନୂଆପଡ଼ା ୫, ପୁରୀରୁ ୬ ଏବଂ ସମ୍ବଲପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫ରେ ପହଞ୍ଚିଥିବା ବେଳେ ୧୩,୨୪,୭୩୬ ଜଣ ସୁସ୍ଥ ହୋଇଛନ୍ତି। ୭୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri