୨୪ ପୋଖରୀରୁ ପୋତିହେଲେଣି ୧୮

କେନ୍ଦ୍ରାପଡ଼ା ଅଫିସ, ୮ା୧୦: ରାଜ୍ୟର ଅଧିକାଂଶ ଜଳଉତ୍ସ ପ୍ରଦୂଷିତ। ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିକଟରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ପକ୍ଷରୁ ଏପରି ରିପୋର୍ଟ ପ୍ରଦାନ କରାଯାଇଛି। ଏଥିରେ କେନ୍ଦ୍ରାପଡା ଜିଲା ଅଛି। ଜିଲାରେ ପ୍ରବାହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଓ ୨୭ ନାଳ ବିଭିନ୍ନ କାରଣରୁ ପ୍ରଦୂଷିତ ହେଉଛି। ସେହିପରି ଗରଦପୁର ବ୍ଲକ ଅଞ୍ଚଳରେ ଭୂଗର୍ଭ ଜଳ ଦ୍ରୁତଗତିରେ ହ୍ରାସ ପାଇଥିବା ନେଇ ରାଜ୍ୟ ଭୂତଳ ଜଳ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଓଡ଼ିଶାର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ ଏହି କେନ୍ଦ୍ରାପଡ଼ାକୁ କେନ୍ଦ୍ର ସରକାର ଚିହ୍ନଟ କରି ୨୦୧୯ରୁ ଜଳ ଶକ୍ତି ସଂରକ୍ଷଣ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଏବେ କାଗଜପତ୍ରରେ ସୀମିତ ରହିଛି। ଜଳଉତ୍ସ ପ୍ରଦୂଷଣ ରୋକିବାକୁ କାର୍ତ୍ତିକ ପୂର୍ଣ୍ଣିମାକୁ ରାଜ୍ୟ ସରକାର ଜଳଉତ୍ସ ସଂରକ୍ଷଣ ଦିବସ ଘୋଷଣା କରନ୍ତୁ ବୋଲି ଜିଲା ଜନ ସୁରକ୍ଷା ମଞ୍ଚ ଦାବି କରିଛି। ଏହାକୁ ଜିଲାର ବହୁ ବୁଦ୍ଧିଜୀବୀ ସ୍ବାଗତ କରିଛନ୍ତି।
ଏ ସମ୍ପର୍କରେ ମଞ୍ଚର ସଭାପତି ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ପୂର୍ବରୁ ଥିବା ଜଳପଥ ଓ ଉତ୍ସକୁ ପୋତାଯାଇ ଏବେ ଗୃହ ନିର୍ମାଣ ହେଉଛି। ସେହିପରି ପୂଜା ପାର୍ବଣରେ ମୂର୍ତ୍ତିି ଓ ଅନ୍ୟାନ୍ୟ ପୂଜା ସମାଗ୍ରୀ ଜଳ ଉତ୍ସକୁ ପ୍ରଦୂଷିତ କରୁଛି। ଏହାବ୍ୟତୀତ ଅତ୍ୟାଧୁନିକ ଜୀବନ ଯାପନ ପାଇଁ ଦ୍ରୁତ ଶିଳ୍ପାୟନ ଯୋଗୁ ବର୍ଜ୍ୟବସ୍ତୁ ଜଳଉତ୍ସକୁ ନଷ୍ଟ କରୁଛି। ସହରରେ ଥିବା ୨୪ଟି ବଡ଼ ପୋଖରୀ ମଧ୍ୟରୁ ପ୍ରାୟ ୧୮ଟି ଏବେ ପୋତି ଦିଆଯାଇଛି। ଆଗାମୀ କାତ୍ତିର୍ର୍କ ପୂର୍ଣ୍ଣିମାରେ ବହୁ ପ୍ରଚଳିତ ଡଙ୍ଗା ଭସା କାର୍ଯ୍ୟକ୍ରମ ପାଇଁ ଜଳଉତ୍ସ ଦେଖିବାକୁ ମିଳୁନାହିଁ। ଜଳଉତ୍ସର ସଂରକ୍ଷଣ ପାଇଁ ଆସନ୍ତା କାର୍ତ୍ତିକପୂର୍ଣ୍ଣମୀକୁ ଜଳଉତ୍ସ ଦିବସ ଭାବେ ପାଳନ କଲେ ସଚେତନତା ବୃଦ୍ଧି ପାଇବ। ବୁଦ୍ଧିଜୀବୀ ପ୍ରଶାନ୍ତ କୁମାର ନାୟକ କହିଛନ୍ତି, ଜିଲାରେ କୌଣସି ଖଣି ଅଥବା ଶିଳ୍ପ ନାହିଁ। ତେବେ ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ଏବେ ପ୍ରଦୂଷିତ ଜଳ ପ୍ରବାହିତ ହେଉଛି। ଏପରି କି ଏହି ଜଳ ସାମୁଦ୍ରିକ ଜୀବ ଉପରେ ପ୍ରଭାବ ପକାଇଛି। ପଡୋଶୀ ଜଗତ୍‌ସିଂହପୁର, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପ ଅନୁଷ୍ଠାନ ବର୍ଜ୍ୟ ପରିଚାଳନାକୁ ଗୁରୁତ୍ୱ ଦେଉନାହାନ୍ତି। ଶିଳ୍ପ ବର୍ଜ୍ୟ ସାମଗ୍ରୀକୁ ନଦୀ ଜଳକୁ ଛାଡୁଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡି ଚାଷ ଉପାନ୍ତ ଅଞ୍ଚଳରେ ବହୁଳ ଭାବେ ଚାଲିଛି। ଚିଙ୍ଗୁଡି ଘେରିରୁ ନିର୍ଗତ ବର୍ଜ୍ୟ ରାସାୟନିକ ସାମଗ୍ରୀ ନାଳ, କେନାଲ ଓ ନଦୀ ମାଧ୍ୟରେ ଛଡାଯିବା ଫଳରେ ସମୁଦ୍ରାଞ୍ଚଳ ପ୍ରଦୂଷିତ ହେଉଛି। ପୂଜା ପାର୍ବଣ ସମୟରେ ଏକ ସ୍ବତନ୍ତ୍ର ପୋଖରୀରେ ମୂର୍ତ୍ତି ଓ ପୂଜା ସାମଗ୍ରୀକୁ ପକାଯାଉ। ସେହିପରି ମୂର୍ତ୍ତିି ଗଠନରେ ରାସାୟନିକ ଦ୍ରବ୍ୟ ବଦଳରେ ପରିବେଶ ଅନୂକୂଳ ଉପାଦାନ ବ୍ୟବହାର ହେଉ ବୋଲି ସେ ମତ ଦେଇଛନ୍ତି। ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଜଳ ଉତ୍ସ ସଂରକ୍ଷଣ ଜରୁରୀ। ଏଥିପାଇଁ ଜିଲାର ଜଳ ସଙ୍କଟ ଦୂର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଳ ଶକ୍ତି ସଂରକ୍ଷଣ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ପୁରୁଣା ଜଳଉତ୍ସର ପୁନରୁଦ୍ଧାର, ଭୂଗର୍ଭକୁ ବର୍ଷା ଓ ଉଦ୍‌ବୃତ୍ତ ଜଳ ପ୍ରେରଣ ସହ ବ୍ୟାପକ ଭାବେ ବୃକ୍ଷରୋପଣକୁ ଗୁରୁତ୍ୱ ଦିଆଯାଇଛି। ଏହି ଅଭିଯାନ କେନ୍ଦ୍ରାପଡ଼ା ଜିଲାରେ କେବଳ କାଗଜପତ୍ରରେ ସୀମିତ ହୋଇଛି। ଅଭିଯାନର ଉଦଘାଟନ ପରେ ଏ ନେଇ ସଚେତନତା ସୃଷ୍ଟି ହୋଇପାରିନାହିଁ। ସହରଠାରୁ ଗ୍ରାମ ପର୍ଯ୍ୟନ୍ତ ଜଳ ଉତ୍ସଗୁଡିକ ନଷ୍ଟ ହୋଇଛି ବୋଲି ସେ ମତ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ଦୁର୍ଗା ପ୍ରସାଦ ମହାରଣାଙ୍କୁ ପଚାରିବାରେ ଜଳଉତ୍ସ ପ୍ରଦୂଷଣ ମୁକ୍ତ ପାଇଁ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛିି। ଚିଙ୍ଗୁଡି ଘେରି ଉଚ୍ଛେଦ ସହ ବିଭିନ୍ନ ଯୋଜନାରେ ବନୀକରଣ ଓ ପୋଖରୀର ପୁନରୁଦ୍ଧାର କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri