ବିଦ୍ୟାଳୟ ଗୃହ ସିଲିଂ ଭୁଶୁଡ଼ିଲା: ବର୍ତ୍ତିଲେ ଅଙ୍ଗନୱାଡି, ସ୍ବାସ୍ଥ୍ୟ କର୍ମୀ

ଡେରାବିଶ, ୮ା୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ଦାନପୁର ପଞ୍ଚାୟତ ଅନ୍ତର୍ଗତ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟରେ ଶୁକ୍ରବାର ସମନ୍ବିତ ଶିଶୁ ବିକାଶ ଯୋଜନାର ‘ମମତା ଦିବସ’ ପାଳନ କରାଯାଉଥିଲା। ନରସିଂହପୁର ଗ୍ରାମରେ ଥିବା ଦୁଇ ଅଙ୍ଗନୱାଡି କେନ୍ଦ୍ରର କର୍ମୀ ଲକ୍ଷ୍ମୀପ୍ରିୟା ମଙ୍ଗରାଜ ଓ ମନୋରମା ଜେନା, ସ୍ବାସ୍ଥ୍ୟକର୍ମୀ (ମହିଳା) ଶର୍ମିଷ୍ଠା ନାୟକ ଓ ମାନସୀ ପଲେଇ କାର୍ଯ୍ୟକ୍ରମ ପରିଚାଳନା କରୁଥିଲେ। ଗ୍ରାମର ପ୍ରସୂତି, ଗର୍ଭବତୀ ମହିଳା ଏବଂ ଶିଶୁମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଚାଲିଥିଲା। ଏହି ସମୟରେ ବିଦ୍ୟାଳୟ ଛାତ ତଳେ ହୋଇଥିବା ସିଲିଂଟି ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ସୌଭାଗ୍ୟବଶତଃ ପ୍ରସୂତି, ଗର୍ଭବତୀ ଓ ଶିଶୁମାନେ ବାହାରକୁ ପଳାଇ ଆସିବା ପରେ ଅଙ୍ଗନୱାଡି କର୍ମୀ ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ଉପରେ ଏହା ପଡ଼ିଥିଲା। ଏଥିଯୋଗୁ ଏମାନେ ସାମାନ୍ୟ ଆହତ ହୋଇଥିବା ବେଳେ ମହିଳା ଦୁଇ ସ୍ବାସ୍ଥ୍ୟକର୍ମୀ ମୁଣ୍ଡ ଓ ଶରୀରରେ ଆଘାତ ପାଇବା ସହ କ୍ଷତାକ୍ତ ହୋଇଥିଲେ। ଏ ସମ୍ପର୍କରେ ଅଙ୍ଗନୱାଡି କର୍ମୀ ମଙ୍ଗରାଜ ସିଡିପିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ନରସିଂହପୁର ଗ୍ରାମରେ ଅଦ୍ୟାବଧି ଅଙ୍ଗନୱାଡି କେନ୍ଦ୍ରର ଗୃହ ନାହିଁ। ଫଳରେ ଗହଗା ନରସିଂହପୁର ଉପ୍ରା ବିଦ୍ୟାଳୟ ଗୃହକୁ ଅଙ୍ଗନୱାଡି କେନ୍ଦ୍ର ଭାବେ ବ୍ୟବହାର କରାଯାଉଥିଲା। ଏହି ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଶ୍ରେଣୀଗୃହର ସିଲିଂ କରାଯାଇଥିଲା। ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାତ୍ର ବର୍ଷକ ତଳେ କରାଯାଇଥିବା ଏହି ସିଲିଂ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ତାହା ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ କହିଛନ୍ତି। ଏହି ଘଟଣା ସମଗ୍ର ବ୍ଲକ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏ ସମ୍ପର୍କରେ ବିଡିଓ ନମିତା ବାରିକଙ୍କୁ ପଚାରିବାରୁ ବର୍ଷକ ତଳେ ତିଆରି ହୋଇଥିବା ଏହି ସିଲିଂ କାହିଁ ଭୁଶୁଡ଼ିଲା ସେ ବିଷୟରେ ଅନୁଧ୍ୟାନ ପାଇଁ ବ୍ଲକର ଜଣେ ଯନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଯାଇଛି। ରିପୋର୍ଟ ପାଇବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri