ପୁଅର ଠେଙ୍ଗା ମାଡରେ ମା’ର ଜୀବନ ଗଲା

ଭଞ୍ଜନଗର୮।୧୦(ଡି.ଏନ.ଏ.): ପୁଅର ଠେଙ୍ଗା ମାଡରେ ମା’ ମୃତ। ଗଞ୍ଜାମ ଜଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗଜାପଦର ଗ୍ରାମରେ ଶୁକ୍ରବାର ରାତିରେ ଏଭଳି ଏକ ଅଘଟଣ ଘଟିଛି। ମୃତ ମହିଳା ଜଣଙ୍କ ତ୍ରିବେଣୀ ନାୟକ (୬୫) । ଖବରପାଇ ଭଞ୍ଜନଗର ପୋଲିସ ଶନିବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଥିବା ଜଣାପଡିଛି। ଅନ୍ୟପଟେ, ଅଭିଯୁକ୍ତ ପୁତ୍ର ସନା ନାୟକ ଙ୍କୁ ପୋଲିସ ଗିରଫ କରିଛି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଅଭିଯୁକ୍ତ ସନା ନିଶାଗ୍ରସ୍ତ ଅବସ୍ଥାରେ ଗତକାଲି ରାତିରେ ମା’ଙ୍କ ସହ ଝଗଡ଼ା କରିଥିଲା। ଏହାପରେ ମା’ଙ୍କୁ ଏକ ଠେଙ୍ଗା ସହାୟତାରେ ପିଟିପିଟି ହତ୍ୟା କରିଥିଲା। ଏନେଇ ଗ୍ରାମବାସୀ ଜାଣିବା ପରେ ତ୍ରିବେଣୀଙ୍କୁ ଚିକିତ୍ସା ପାଇଁ ମେଡିକାଲକୁ ନେବାକୁ ଚାହିଁଥିଲେ। ହେଲେ ସନା ଘର ସମ୍ମୁଖରେ ରହି ଯିଏ ଆସିବ ତାଙ୍କୁ ମଧ୍ୟ ଆକ୍ରମଣ କରିବି ବୋଲି ଧମକ ଦେଇଥିଲେ। ଏହାପରେ ଗ୍ରାମବାସୀ ପୋଲିସ ସହ ଯୋଗାଯୋଗ କରିବାରେ ବିଫଳ ହୋଇଥିଲେ। ଶନିବାର ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri