Posted inଜାତୀୟ

ରିଫିଲିଂ ସମୟରେ ସିଲିଣ୍ଡର ବିସ୍ଫୋରଣ, ୩ ଶିଶୁଙ୍କ ସମେତ ୪ ମୃତ…

ଯୋଧପୁର,୮।୧୦ : ରାଜସ୍ଥାନର ଯୋଧପୁର ସହରରେ ଗ୍ୟାସ ରିଫିଲିଂ ସମୟରେ ଏକ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ହୋଇଛି। ୧୬ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣର ଶବ୍ଦରେ ଆଖପାଖ କଲୋନୀ ମଧ୍ୟ କମ୍ପି ଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଜିଲାପାଳ ହିମାଂଶୁ ଗୁପ୍ତାଙ୍କ ଅନୁଯାୟୀ, ଅପରାହ୍ନ ପ୍ରାୟ ତିନିଟା ବେଳେ କିର୍ତ୍ତୀ ନଗର ଅଞ୍ଚଳରେ ଏହା ଘଟିଛି। ନିକଟସ୍ଥ କଲୋନୀରେ ପାର୍କିଂ ହୋଇଥିବା ଗାଡିଗୁଡିକରେ ମଧ୍ୟ ନିଆଁ ଲାଗିଯାଇଥିବା ସେ ସୂଚନା ପ୍ରଦାନ କରିଛନ୍ତି।

ଏହି ଦୁର୍ଘଟଣାରେ ୧୨ ବର୍ଷୀୟ ନିକୁ , ୧୫ ବର୍ଷ ବୟସ୍କ ବିକି, ୧୩ ବର୍ଷ ବୟସ୍କା କୋମଲ ଏବଂ ୪୫ ବର୍ଷ ବୟସ୍କ ସୁରେଶ ଅଛନ୍ତି। ଆଠ ଜଣ ଲୋକଙ୍କ ଶରୀରର ୮୦ ପ୍ରତିଶତ ପର୍ଯ୍ୟନ୍ତ ଜଳିଯାଇଛନ୍ତି। ଅନୁସନ୍ଧାନରୁ ଜଣାପଡିଛି ଯେ ଯେଉଁ ଘରେ ରିଫିଲିଂ ଚାଲିଥିଲା ସେହି ଘର କୋଜାରାମ ଲୋହାରଙ୍କର ଥିଲା। କୋଜାରାମଙ୍କ ପୁଅ ଗ୍ୟାସ ରିଫିଲିଂ କାମ କରନ୍ତି । ଦୁର୍ଘଟଣାର କାରଣ କଣ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ। ରିଫିଲିଂ ସମୟରେ ଏହି ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଟୁଇଟ କରି ଏନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ଘଟଣା ସମ୍ପର୍କରେ ସୂଚନା ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିଆଯାଇଛି। ଆହତଙ୍କ ଚିକିତ୍ସା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଅନୁସନ୍ଧାନରେ ପ୍ରାୟ ଚାରି ଡଜନ ଘରୋଇ ଏବଂ ବ୍ୟବସାୟିକ ସିଲିଣ୍ଡର ମଧ୍ୟ ଘରୁ ବାହାର କରାଯାଇଛି। କୁହାଯାଉଛି ଯେ ଏହି ଘରଟି ଲୋକଙ୍କ ଘରେ ସିଲିଣ୍ଡର ନେଇଥିବା ହକରଙ୍କର। ବିସ୍ଫୋରଣରେ ଘରର କିଛି ଅଂଶ ମଧ୍ୟ ଭୁଶୁଡି ପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଜିଲାପାଳ ଏବଂ ଏସପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ବିଧାୟକ ମନୀଷା ପାୱାର କହିଛନ୍ତି ଯେ ଏହି ଘଟଣା ସମ୍ପର୍କରେ ସିଏମଓ କାର୍ଯ୍ୟାଳୟରୁ ମନିଟରିଂ କରାଯାଉଛି। ସହରରେ ବେଆଇନ ଗ୍ୟାସ ରିଫିଲିଂ କାମ ଚାଲିଛି। ଏହାକୁ ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri