Posted inଜାତୀୟ

କଂଗ୍ରେସ ବିଧାୟକ ଅନନ୍ତ ପଟେଲଙ୍କ ଉପରେ ଆକ୍ରମଣ

ଅହମଦାବାଦ,୯ ।୧୦: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । କଂଗ୍ରେସ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟକ୍କର ଦେବାକୁ ଖୁବ୍ ପ୍ରଚାର କଲାଣି । ଏହାସହ ଉଭୟ ଦଳ ପରସ୍ପରକୁ ଟାର୍ଗେଟ କରିବାକୁ ବି ଭୁଲୁ ନାହାନ୍ତି । ଏହାରି ଭିତରେ ଶନିବାର ନବସାରି ଜିଲାର ଖେରଗାମ ଅଞ୍ଚଳରେ କେତେଜଣ ଅଜ୍ଞାତ ବ୍ୟକ୍ତି କଂଗ୍ରେସ ବିଧାୟକ ଅନନ୍ତ ପଟେଲଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ତାଙ୍କ ଆଖିରେ ଗଭିର ଆଘାତ ଲାଗିଛି । ଏହାସହ ତାଙ୍କ ଗାଡି ଉପରକୁ ବି ପଥର ମାଡ କରାଯାଇଛି ।
କଂଗ୍ରେସ ବିଧାୟକ ତଥା ଆଦିବାସୀ ନେତା ଅନନ୍ତ ପଟେଲଙ୍କ ସମର୍ଥନରେ ଶନିବାର ରାତି ପର୍ଯ୍ୟନ୍ତ ପ୍ରଦର୍ଶନକାରୀ ବିରୋଧ ପ୍ରଦର୍ଶନ କରିଥିବା ଦେଖାଯାଇଛି । ଏମାନେ ଗୋଟିଏ ଦୋକାନରେ ନିଆଁ ଲଗାଇ ଦେଇଛନ୍ତି ଓ ଘଟଣାସ୍ଥଳରେ ପହଞ୍ଚିଥିବା ଦମକଳ ଗାଡିକୁ ବି ଭଙ୍ଗାରୁଜା କରିଛନ୍ତି । ଏହାକୁ ନେଇ ଅନନ୍ତ ପଟେଲ କହିଛନ୍ତି, ଯେତେବେଳେ ସେ ନବସାରୀର ଖେରଗାମରେ ଏକ ସଭା ପାଇଁ ପହଞ୍ଚିଥିଲେ ଜିଲା ପଞ୍ଚାୟତର ମୁଖିଆ ଓ ତାଙ୍କର ଗୁଣ୍ଡାମାନେ ମୋ ଉପରେ ଆକ୍ରମଣ କରିଥିଲେ । ମୁଁ ଜଣେ ଆଦିବାସୀ ହୋଇଥିବାରୁ ସେ ଏହାକୁ ଗ୍ରହଣ କରିବେ ନାହିଁ ଅର୍ଥାତ୍ ଜଣେ ଆଦିବାସୀ ନେତାଙ୍କୁ ସେମାନେ ଗ୍ରହଣ କରିବେ ନାହିଁ ବୋଲି କହିଥିଲେ । ଏହି ଆକ୍ରମଣ ପରେ ଅନନ୍ତ ପଟେଲ ଧାରଣାରେ ବସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri