ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି କମ୍ପାନୀରେ ଡେଲିଭରି ବୟ ଭାବେ କାମ କରୁଥିଲେ। ସେପ୍ଟେମ୍ବର ୨୧ ତାରିଖରେ ଖାଦ୍ୟ ନେଇ ଯାଉଥିବାବେଳେ ଏକ କାର୍ ତାଙ୍କୁ ଧକ୍କା ଦେଇଥିଲା। ପରିବାର ଲୋକେ ଖବର ପାଇବା ପରେ ଓଡ଼ିଶା ମୋ ପରିବାରର (ପ୍ରବାସୀ ଓଡ଼ିଆ)ର ଉପଦେଷ୍ଟା ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ସହାୟତା ଲୋଡ଼ିଥିଲେ। ଏହାପରେ ଓଡ଼ିଶା ମୋ ପରିବାରର ଆବାହକଙ୍କ ନିର୍ଦ୍ଦେଶକ୍ରମେ ସଙ୍ଗଠନର ବେଙ୍ଗାଲୁରୁ ନୋଡାଲ ଅଫିସର ପ୍ରଣବ ପାଣି ଗୁରୁତର ଅବସ୍ଥାରେ ବୈକୁଣ୍ଠଙ୍କୁ ଉଦ୍ଧାର କରି ନିକଟସ୍ଥ ସେଣ୍ଟ ଜୋନ୍ସ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ଓଡ଼ିଶା ମୋ ପରିବାରର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟଙ୍କ ସହ ପ୍ରବାସୀ ଓଡ଼ିଆ ମହାପାତ୍ର ଓ ମୋ ପରିବାର ଟିମ୍ ଏଥିରେ ସହାୟତା କରିଥିଲେ। ଏଥିପାଇଁ ବୈକୁଣ୍ଠ ମୁଖ୍ୟମନ୍ତ୍ରୀ ଓ ମୋ ପରିବାରକୁ କୃତଜ୍ଞତା ଜଣାଇଛନ୍ତି।
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


