Posted inଜାତୀୟ

ରୁପା କଡ଼ା ନେବା ପାଇଁ ୧୦୮ ବର୍ଷୀୟା ମହିଳାଙ୍କ ୨ ଗୋଡ କାଟିଦେଲେ ଚୋର

ଜୟପୁର,୯।୧୦: ଜୟପୁରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ରୂପା କଡ଼ା ନେବା ପାଇଁ ୧୦୮ ବର୍ଷୀୟା ମହିଳାଙ୍କ ୨ ଗୋଡ କାଟିଦେଇଛନ୍ତି ଚୋର। ଜୟପୁରର ମୀନା କଲୋନି ଗାଲଟାଗେଟର ଯମୁନା ଦେବୀ (୧୦୮) ତାଙ୍କ ଝିଅ ଗୋବିନ୍ଦୀ ଏବଂ ନାତୁଣୀ ମମତା (୨୨)ଙ୍କ ସହିତ ରୁହନ୍ତି। ରବିବାର ସକାଳ ପାଞ୍ଚଟା ବେଳେ କିଛି ଚୋର ତାଙ୍କ ଘରେ ପ୍ରବେଶ କରିଥିଲେ। ଚୋରମାନେ ଯମୁନା ଦେବୀଙ୍କୁ ବାଥରୁମକୁ ଟାଣି ନେଇ ଦୁଇ ଗୋଡ କାଟି ରୂପା କଡା ବାହାର କରିଥିଲେ। ଚୋରମାନେ ମହିଳାଙ୍କ ପାଟିକୁ ଚାପି ଦେଇଥିଲେ। ଏହି କାରଣରୁ ସେ ଚିତ୍କାର ମଧ୍ୟ କରିପାରି ନ ଥିଲେ।
ବୃଦ୍ଧ ମହିଳା ମଧ୍ୟ ତାଙ୍କ ବେକରେ ସୁନା ଚେନ୍‌ ପିନ୍ଧିଥିଲେ। ଏହାକୁ ଲୁଟିବା ପାଇଁ ଅଭିଯୁକ୍ତ ମହିଳାଙ୍କ ବେକ ଉପରେ ଆକ୍ରମଣ କରିଥିଲା, କିନ୍ତୁ କାହାର କେହି ଆସିବା ଭୟରେ ସେମାନେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଯମୁନା ଦେବୀ ଝିଅ ଏବଂ ନାତୁଣୀ ସକାଳ ପ୍ରାୟ ଛଅଟା ବେଳେ ଉଠିବା ପରେ ମା’ଙ୍କୁ ଖୋଜିଥିଲେ। ପରେ ଯୁମନା ଦେବୀ ବାଥରୁମ୍‌ରେ ଚେତାଶୂନ୍ୟ ଅବସ୍ଥାରେ ପଡିଥିଲେ।
ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ବର୍ତ୍ତମାନ ପୋଲିସ କ୍ରାଇମବ୍ରାଞ୍ଚର ସିସିଟିଭି ଯାଞ୍ଚ କରୁଛି। ଯମୁନା ଦେବୀ ଜୟପୁରର ଏସଏମଏସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri