Posted inଖେଳ

ଶେୟସ୍‌ ଆୟରଙ୍କ ଶତକ: ୭ ଉଇକେଟ୍‌ରେ ଜିତିଲା ଭାରତ

ରାଞ୍ଚି,୯।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୭ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ୨୭୯ ରନ୍‌ର ଟାର୍ଗେଟ୍‌କୁ ପିଛା କରି ଭାରତ ୪୫.୫ ଓଭରରେ ମାତ୍ର ୩ ଉଇକେଟ୍‌ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି। ଏହି ମ୍ୟାଚ୍‌ର ହିରୋ ଥିଲେ ଶେୟସ୍‌ ଆୟର। ସେ ୧୧୧ ବଲ୍‌ରୁ ୧୧୩ ରନ୍‌ର ପାଳ ଖେଳି ଅପରାଜିତ ରହିଥିଲେ। ଏହାସହ ଲୋକାଲ ବୟ୍‌ ଇଶାନ କିଶନ ମଧ୍ୟ ଚମତ୍କାର ବ୍ୟାଟିଂ ୮୪ ବଲ୍‌ରୁ ୯୩ ରନ୍‌ର ପାଳି ଖେଳିଥିଲେ ମଧ୍ୟ ଶତକରୁ ବଞ୍ଚିତ ହୋଇଥିଲେ। ସେହିପରି ଭାରତ ପକ୍ଷରୁ ଅଧିନାୟକ ଶିଖର ଧାଓ୍ବନ ୧୩, ଶୁଭମନ ଗିଲ ୨୮ ରନ୍‌ କରିଥିଲେ। ସଞ୍ଜୁ ସାମସନ ୩୦ ରନ୍‌ରେ ଅପରାଜିତ ରହିଥିଲେ। ଏହି ବିଜୟ ସହ ସିରିଜ୍‌ ୧-୧ରେ ବରାବର ହୋଇଛି। ପ୍ରଥମ ଦିନିକିଆରେ ଦକ୍ଷିଣ ଆଫ୍ରିକା ୯ ରନ୍‌ରେ ଜିତିଥିଲା।
ରାଞ୍ଚିରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୭ ଉଇକେଟ ହରାଇ ୨୭୮ ରନ ସଂଗ୍ରହ କରିଥିଲା। ଆଫ୍ରିକା ପାଇଁ ରେଜା ହେଣ୍ଡ୍ରିକ୍ସ (୭୪) ଏବଂ ଅଇଦାନ ମାର୍କ୍ରାମ (୭୯) ଅର୍ଦ୍ଧଶତକ ଖେଳିଥିଲେ। ୩୦ ଓଭରରେ ୧୫୭ ରନ ସ୍କୋର କରିବା ପରେ ଦକ୍ଷିଣ ଆଫ୍ରିକା ଏକ ବଡ଼ ସ୍କୋର ଆଡକୁ ଯାଉଥିଲା, କିନ୍ତୁ ଭାରତୀୟ ବୋଲରମାନେ ରନ ହାରକୁ ନିୟନ୍ତ୍ରଣ କରିଥିଲେ। ଭାରତ ପକ୍ଷରୁ ସିରାଜ ସର୍ବାଧିକ ୩ଟି ଉଇକେଟ୍‌ ନେଇଥିବାବେଳେ ଓ୍ବାଶିଂଟନ ସୁନ୍ଦର, ଶେହବାଜ ଅହମ୍ମଦ, କୂଳଦୀପ ଯାଦବ, ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ସିରିଜ୍‌ର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଅକ୍ଟୋବର ୧୧ରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri