Posted inଜାତୀୟ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ପୁଣି ଜଣେ ଗିରଫ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଉ ଜଣଙ୍କୁ ଗିରଫ କରିଛି। ଅଭିଷେକ ବୋଇନପାଲିଙ୍କୁ ସିବିଆଇ ଗିରଫ କରିଛି। ଅଭିଷେକଙ୍କୁ କୋର୍ଟରେ ହାଜର କରାଯିବ। ସିବିଆଇ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ଦକ୍ଷିଣ ଭାରତର କିଛି ମଦ ବ୍ୟବସାୟୀଙ୍କ ପାଇଁ କାମ କରୁଥିବା ଅଭିଷେକ ବୋଇନପାଲୀଙ୍କୁ ରବିବାର ପଚରାଉଚରା ପାଇଁ ଡକାଯାଇଥିଲା। ସେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନରୁ ଦୂରେଇ ଯାଉଥିବା ଜାଣି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଛି। ଏହାପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି ନେତା ବିଜୟ ନାୟାରଙ୍କୁ ସିବିଆଇ ଗିରଫ କରିଥିଲା। ଏହି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ମଧ୍ୟ ଜଣେ ଅଭିଯୁକ୍ତ।
ସୂଚନାଯୋଗ୍ୟ, ମନୀଷ ସିସୋଡିଆଙ୍କ ସମେତ ଆଠ ଜଣ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ଏକ ଲୁକ୍‌ ଆଉଟ ସର୍କୁଲାର ନୋଟିସ ଜାରି କରିଛି। ଏଫ୍‌ଆଇଆର୍‌ରେ ମୋଟ ନଅ ଜଣଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri