କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍‌.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍‌ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ ପାଉଛନ୍ତି। ୬ ବର୍ଷର କେଶବ ସେରେବ୍ରାଲ ପାଲ୍‌ସୀ ରୋଗରେ ଆକ୍ରାନ୍ତ। ବାପା ଦୈତାରିଙ୍କ ପାଖରେ ଅର୍ଥ ନ ଥିବାରୁ ପୁଅ କେଶବଙ୍କ ଚିକତ୍ସା କରାଇ ପାରୁ ନାହାନ୍ତି। ତେଣୁ ସରାକାରୀ ସହାୟତା ଯୋଗାଇଦେବାକୁ ସେ ଅନୁରୋଧ କରିଛନ୍ତି।
ବୟସ ବଢ଼ିବା ସହ କେଶବଙ୍କ ରୋଗ ଏବଂ ଅସୁସ୍ଥତା ବଢ଼ିବାରେ ଲାଗିଛି। ମା’, ବାପା ମଧ୍ୟ ପୁଅ ଚିନ୍ତାରେ ଭାଙ୍ଗି ପଡ଼ିଲେଣି। ୬ ବର୍ଷ ହେଲା ପୁଅର ଚିକିତ୍ସା ପାଇଁ ସଂଘର୍ଷ କରୁଥିବାବେଳେ ସରକାରଙ୍କ ପକ୍ଷରୁ କୌଣସି ସୁବିଧା ପାଇପାରି ନ ଥିବା ଦୈତାରି କହିଛନ୍ତି। ସେରେବ୍ରାଲ ପାଲ୍‌ସୀ ରୋଗୀ ବୋଲି କେବଳ ୪୦ ପ୍ରତିଶତ ଭିନ୍ନକ୍ଷମ ପ୍ରମାଣପତ୍ରଟିଏ ମିଳିଛି। ରୋଗ ଜଣାପଡ଼ିବା ପରେ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କେଶବଙ୍କ ଚିକିତ୍ସା କରାଯାଇଥିଲା। ଏହାପରେ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଦିନ ରହିବା ପରେ ଘରକୁ ଫେରି ଆସିଛନ୍ତି। ହେଲେ ପୁଅର ସ୍ବାସ୍ଥାବସ୍ଥାରେ ସୁଧାର ଆସିନାହିଁ। ପୁଅର ସ୍ବାସ୍ଥ୍ୟାବସ୍ଥା ବିଷୟରେ ତେନ୍ତୁଳିଖୁଣ୍ଟି ବ୍ଲକ ଅଫିସ ସମେତ ଅନେକ ଲୋକଙ୍କୁ ଜଣାଇଥିଲେ ମଧ୍ୟ ସହାୟତା ମିଳିପାରିନି। ପାଖରେ ଅର୍ଥ ନ ଥିବାରୁ ଭଲ ଡାକ୍ତରଖାନାକୁ ନେବାରେ ସମର୍ଥ ହୋଇପାରୁ ନାହାନ୍ତି। ରୋଜଗାର ଟଙ୍କାରେ ୫ ପ୍ରାଣୀ କୁଟୁମ୍ବ ଚଳିବା କଷ୍ଟକର ହେଉଛି ବୋଲି ଦୈତାରି କହିଛନ୍ତି। ଏଥିସହ ପୁଅର ଚିକିତ୍ସା ପାଇଁ ସହାୟତା ଯୋଗାଇଦେବାକୁ ଦୈତରି ପ୍ରଶାସନ ଓ ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri