Posted inଜାତୀୟ

ଉତ୍ତରପ୍ରଦେଶରେ ବନ୍ୟା, ଗଲାଣି ୩୪ ଜୀବନ

ଲକ୍ଷ୍ନୌ,୧୦।୧୦: ଲଗାଣ ବର୍ଷା ଯୋଗୁ ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ରାଜଧାନୀ ଲକ୍ଷ୍ନୌ ସମେତ ୪୫ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏପରିକି ବର୍ଷାକୁ ଦୃଷ୍ଟିରେ ରଖି ନୋଏଡା ସମେତ ଲକ୍ଷ୍ନୌ, ଗାଜିଆବାଦ, ଆଗ୍ରା, ମିରଟ, ଅଲିଗଡ଼, ମଥୁରା, କାନପୁର, ଏଟା, ମେନପୁର, ଫିରୋଜାବାଦ ଆଦି ଜିଲା ସ୍କୁଲ ବନ୍ଦ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ ମିରଟ ଏବଂ ଅଲିଗଡ଼ରେ ୪୮୮ ମି.ମି ବର୍ଷା ରେକର୍ଡ ହୋଇଛି।

ସୋମବାର ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିବା ପରେ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ୨୪ ଘଣ୍ଟିଆ ଆଲର୍ଟ କରାଯାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟ ମନ୍ତ୍ରୀ ବ୍ରଜେଶ ପାଠକ ଟୁଇଟ କରି ଜରୁରୀକାଳୀନ ସେବା ପାଇଁ ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବାକୁ ପ୍ରଶାସନିକ ଅଧିକାରୀମାନଙ୍କୁ କହିଛନ୍ତି। ଏପରି କି ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ ସାମଗ୍ରୀ ଯୋଗାଇ ଦେବା ସହ ମୃତକଙ୍କ ପରିବାର ଲୋକଙ୍କୁ ସରକାରଙ୍କ ଅନୁଦାନ ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri