କୁମାରପୂର୍ଣ୍ଣିମାରେ ୩୨ ଗିରଫ, ୭୧ହଜାର ଟଙ୍କା ଜବତ

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳରେ କୁମାରପୂର୍ଣ୍ଣିମା ରାତିରେ ବିଭିନ୍ନ ସ୍ଥାନରେ ଜୁଆ ଖେଳ ହେଉଥିବା ଅଭିଯୋଗ ପାଇ ପୋଲିସ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଜୁଆଖେଳରେ ସମ୍ପୃକ୍ତ ଥିବା ୩୨ଜଣଙ୍କୁ ଗିରଫ କରିଛି। ଏପରି କି ପୋଲିସ ତାଙ୍କଠାରୁ ୮ଟିି ବାଇକ୍‌, ୩୦ଟି ମୋବାଇଲ ଫୋନ, ନଗଦ ୭୧ ହଜାର ଟଙ୍କା ଓ ଜୁଆଖେଳରେ ବ୍ୟବହୃତ ତାସ୍‌ ଜବତ କରିଛି।

କଳାହାଣ୍ଡି ଏସ୍‌ପି ଅଭିଳାସ ଜୀଙ୍କ ନିର୍ଦ୍ଦେଶକ୍ରମେ ଲାଞ୍ଜିଗଡ଼ ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇ ବସନ୍ତପଡ଼ା, ଚମ୍ପାଦେଇପୁର, ହରେକୃଷ୍ଣପୁର, ଲଙ୍ଗଲବେଡ଼ା, ଜଗନ୍ନାଥପୁର, ମୋହନଗୁଡ଼ା ଓ ଲାଞ୍ଜିଗଡ଼ର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସକୁ ଦେଖି ଲାଞ୍ଜିଗଡ଼ ଭୈରବ ମନ୍ଦିର ନିକଟରେ ଚାଲିଥିବା ଜୁଆଆଡ୍ଡାରୁ ସମସ୍ତେ ଫେରାର ହୋଇଯାଇଥିଲେ। ଅନ୍ୟସ୍ଥାନଗୁଡିକରୁ ପୋଲିସ ୩୨ଜଣ ଜୁଆଡିଙ୍କୁ ଧରି ଥାନାକୁ ଆଣିଥିଲା। ଏ ନେଇ ଲାଞ୍ଜିଗଡ଼ ଥାନାରେ ୬ଟି ପୃଥକ ମାମଲା ରୁଜୁ କରାଯିବା ସହିତ ସେମାନଙ୍କୁ ଅଟକ ରଖାଯାଇଥିଲା । ପରେ ଅଭିଯୁମାନଙ୍କୁ ଜାମିନଦାରଙ୍କ ଉପସ୍ଥିତିରେ ବେଲବଣ୍ଡରେ ଜାମିନ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri