୧୭ରୁ ମେଡିକାଲ ନାମଲେଖା କାଉନ୍‌ସେଲିଂ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍‌ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍‌ ମଧ୍ୟରୁ ୧,୭୦୦ ସିଟ୍‌ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ କଲେଜ ଏବଂ ୫୦୦ଟି ସିଟ୍‌ ଦୁଇଟି ଡିମ୍‌ଡ ୟୁନିଭର୍ସିଟିରେ ରହିଛି। ସୁନ୍ଦରଗଡ଼ ଏବଂ କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପ୍ରଥମଥର ପାଇଁ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖା ହେବ। ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ କଲେଜର ୧,୭୦୦ଟି ସିଟ୍‌ରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପକ୍ଷରୁ କାଉନ୍‌ସେଲିଂ ହେବ। ସେହିପରି ଦୁଇଟି ଡିମ୍‌ଡ ୟୁନିଭର୍ସିଟି ନିଜସ୍ବ ପ୍ରକ୍ରିୟାରେ ନାମ ଲେଖାଇବେ। ପ୍ରଥମ ପର୍ଯ୍ୟାୟ କାଉନ୍‌ସେଲିଂ ୧୭ରୁ ୨୮ ତାରିଖ ମଧ୍ୟରେ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ କାଉନ୍‌ସେଲିଂ ନଭେମ୍ବର ୭ରୁ ୧୮ ଏବଂ ମପ୍‌-ଅପ୍‌ ରାଉଣ୍ଡ୍‌ ଡିସେମ୍ବର ୬ ରୁ ୧୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ଏବଂ ବ୍ରହ୍ମପୁର କଲେଜ ଆଣ୍ଡ୍‌ ହସ୍ପିଟାଲରେ ୨୫୦ଟି ଲେଖାଏ ସିଟ୍‌ ଥିବାବେଳେ ବୁର୍ଲା ଭିମ୍‌ସାରରେ ୨୦୦, କୋରାପୁଟ ଓ ବାରିପଦା ସରକାରୀ ମେଡିକାଲ କଲେଜରେ ୧୨୫ଟି ଲେଖାଏ, ବଲାଙ୍ଗୀର, ବାଲେଶ୍ୱର, ପୁରୀ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୦୦ ଲେଖାଏ ସିଟ୍‌ ରହିଛି। ଭୁବନେଶ୍ୱର ହାଇଟେକ୍‌ ମେଡିକାଲ କଲେଜରେ ୧୫୦ ଏବଂ ରାଉରକେଲା ହାଇଟେକ୍‌ ମେଡିକାଲ କଲେଜରେ ୧୦୦ ସିଟ୍‌ ରହିଛି। ସେହିପରି ଆଇଏମ୍‌ଏସ୍‌ ଆଣ୍ଡ୍‌ ସମ୍‌ ହସ୍ପିଟାଲ ଏବଂ କିମ୍ସ ଭୁବନେଶ୍ୱରରେ ୨୫୦ଟି ଲେଖାଏ ସିଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri