ବନ୍ୟା ପରେ ବ୍ୟାପିଲା ମେଲେରିଆ, ଭାରତଠାରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବ ପାକିସ୍ତାନ…

ଇସଲାମାବାଦ,୧୧।୧୦ : ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଅଟକି ରହିବାରୁ ପାକିସ୍ତାନରେ ବର୍ତ୍ତମାନ ବିଭିନ୍ନ ଜଳ ବାହିତ ରୋଗରେ ବହୁ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟୁଛି। ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ପରିସ୍ଥିତି ନିୟନ୍ତ୍ରଣ ବାହାରାକୁ ଚାଲିଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଜମି ରହି ମଶାବଂଶ ବୃଦ୍ଧି ପାଉଛି। ଏସବୁ ଅଞ୍ଚଳରେ ମେଲେରିଆ ବ୍ୟାପିବାରେ ଲାଗିଛି। ପାକିସ୍ତାନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଭାରତରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବାକୁ ଅନୁମତି ଦେଇଛି।

ରିପୋର୍ଟରେ ଦର୍ଶାଯାଇଛି ଯେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପାକିସ୍ତାନ ପାଇଁ ମଶାରୀ କିଣିବା ପାଇଁ ଗ୍ଲୋବାଲ ଫଣ୍ଡ ଦ୍ୱାରା ପ୍ରଦାନ କରାଯାଇଥିବା ଆର୍ଥିକ ସମ୍ବଳ ବ୍ୟବହାର କରୁଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା ମାସ ଅର୍ଥାତ୍‌ ନଭେମ୍ବର ସୁଦ୍ଧା ସେମାନେ ୱାଘା ସୀମା ଦେଇ ଭାରତରୁ ମଶାରୀ ପାକିସ୍ତାନକୁ ପଠାଯିବ।

ଭାରତରୁ ପ୍ରାୟ ୭.୧ ନିୟୁତ ମଶାରୀ କିଣିବା ପାଇଁ ପାକିସ୍ତାନ ବାଣିଜ୍ୟ ମନ୍ତ୍ରଣାଳୟର ଅନୁମତି ମାଗିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସିନ୍ଧ ଏବଂ ବାଲୁଚିସ୍ତାନର ବନ୍ୟା ପ୍ରଭାବିତ ଜିଲାମାନଙ୍କରେ ମେଲେରିଆ ପରୀକ୍ଷା କିଟ, ମେଲେରିଆ ଔଷଧ ଏବଂ ମଶାରୀର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri