ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା

ଫୁଲବାଣୀ ଅଫିସ/ବାଲିଗୁଡ଼ା/ ରାଇକିିଆ(ଡି.ଏନ୍‌.ଏ.), ୧୨।୧୦: କନ୍ଧମାଳ ଜିଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା ପାଶର୍‌ବ ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ ବଡ଼ ପୁଅ ପ୍ରଦୀପ। ତାଙ୍କ ଶରୀରକୁ ଧାରୁଆ ଅସ୍ତ୍ରରେ ହଣାଯାଇଛି। ପ୍ରଦୀପ ତଡ଼ବାଡ଼ି ଗ୍ରାମର ଜଣେ ଝିଅକୁ ଭଲ ପାଉଥିଲେ। କିନ୍ତୁ ଏହି ପ୍ରେମ ସମ୍ପର୍କକୁ ଝିଅର ବଡ଼ ଭାଇ ଯତୀନ ପ୍ରଧାନ ବିରୋଧ କରି ଆସୁଥିଲେ। ଏହାକୁ ନ ମାନିବାରୁ ଯତୀନ ଏକ ଟାଙ୍ଗିଆରେ ଆକ୍ରମଣ କରି ପ୍ରଦୀପଙ୍କୁ ହତ୍ୟା କରଥିଲେ। ଏହାପରେ ସେ ସାରଙ୍ଗଗଡ଼ ଥାନାରେ ଆତ୍ମସମର୍ପଣ କରିଥିଲେ। ଥାନାଧିକାରୀ ବଧୂଲିକା ବିଶ୍ୱାଳ, ଜି. ଉଦୟଗିରି ଏସ୍‌ଡିପିଓ ଘଟଣାର ତଦନ୍ତ ଚଳାଇଛନ୍ତି। ଏ ନେଇ ନଂ ୯୧/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri