ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨,୧୯୪ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ଶିକ୍ଷାରେ ନାମଲେଖା ପାଇଁ ରାଜ୍ୟରେ ୨,୦୬୬ ଉଚ୍ଚ ମାଧ୍ୟମିକ ସ୍କୁଲରେ ମୋଟ ୫,୦୯,୧୩୦ ସିଟ୍‌ ରହିଛି। ପୂର୍ବରୁ ୩,୭୨,୦୦୫ରେ ସିଟ୍‌ ନାମଲେଖା ହୋଇଥିଲା। ୧,୩୭,୧୨୫ ସିଟ୍‌ ବଳକା ପଡ଼ିଥିଲା। ପ୍ରଥମ ଦିନରେ ୧୨,୧୯୪ ଜଣ ନାମ ଲେଖାଇବା ପରେ ଆଉ ୧,୨୪,୯୩୧ ସିଟ୍‌ ଖାଲିପଡ଼ିଛି। କଳାରେ ୩୬,୮୦୦ ସିଟ୍‌, ବିଜ୍ଞାନରେ ୫୫,୪୬୫, ବାଣିଜ୍ୟରେ ୨୦,୭୯୫, ସଂସ୍କୃତରେ ୬,୩୫୨ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୫୧୯ ସିଟ୍‌ ଖାଲି ପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆସନ୍ତା ୧୩ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ ନାମଲେଖା ପାଇଁ ୧୮ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୧୮ ତାରିଖ ଅପରାହ୍ନ ସାଢ଼େ ୨ଟାରୁ ୧୯ତାରିଖ ଅପରାହ୍ନ ୪ଟା ଭିତରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିପାରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ରମାନେ ୨୦ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ମଧ୍ୟରେ ନାମ ଲେଖାଇବେ। ସୂଚନାଯୋଗ୍ୟ, ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇସାରିଥିବା ବେଳେ ପାଠପଢ଼ା ମଧ୍ୟ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri