୩,୪୬୫ ବିଦ୍ୟାଳୟରେ ନୂଆ ପ୍ରକଳ୍ପ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ‘ମୋ ସ୍କୁଲ୍‌ ଅଭିଯାନ’ ଆସନ୍ତା ନଭେମ୍ବର ୧୪ ତାରିଖରେ ୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ। ଏହି ଅବସରରେ ରାଜ୍ୟ ଓ ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଅଭିଯାନର ୩୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ଯ୍ୟାଳୟରେ ବିଭାଗୀୟ ଶାସନ ସଚିବ ଅଶ୍ୱଥି ଏସ୍‌.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶାର ୨୯ ଜିଲାର ମୋଟ ୭୬୯ କୋଟି ୭୦ ଲକ୍ଷ ଟଙ୍କାର ନୂଆ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରେ ପୁରାତନ ଛାତ୍ରୀଛାତ୍ର ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତା ରହିଛି। ଏହା ୩,୪୬୫ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ। ଏଥିସହ ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ଉପଯୁକ୍ତ ବ୍ୟବହାର ନିମନ୍ତେ ୯୦ ଦିନିଆ ‘ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଷ୍ଟାବିଲାଇଜେଶନ ପ୍ରୋଗ୍ରାମ’ ଆରମ୍ଭ ହୋଇଛି। ଉପଲବ୍ଧ ହୋଇଥିବା ଅତ୍ୟାଧୁନିକ ସୁବିଧାସୁଯୋଗ ଯେପରି ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ବିକାଶରେ ସହାୟକ ହୋଇପାରିବ, ସେ ନେଇ ନଭେମ୍ବର ୧୦ ସୁଦ୍ଧା ରିପୋର୍ଟ ଦେବାକୁ ସ୍କୁଲ୍‌ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ୩ୟ ପର୍ଯ୍ୟାୟ ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ସ୍କୁଲ୍‌ଗୁଡ଼ିକରେ ବେସ୍‌ଲାଇନ୍‌ ସର୍ଭେ କରାଯିବ ଓ ପ୍ରଧାନଶିକ୍ଷକଙ୍କ ସହ ଭର୍ଚୁଆଲ୍‌ ବୈଠକର ଆୟୋଜନ କରାଯିବ। ଅନ୍ୟପକ୍ଷରେ ଚଳିତବର୍ଷଠାରୁ ସର୍ଭିସ୍‌ ଭଲ୍ୟୁଣ୍ଟିୟରିଂକୁ ସର୍ବାଧିକ ପ୍ରୋତ୍ସାହନ ଦେବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେବା ପ୍ରଦାନ ମାଧ୍ୟମରେ ‘ମୋ ସ୍କୁଲ୍‌’ ସହ ଯେପରି ଅଧିକରୁ ଅଧିକ ପୁରାତନ ଛାତ୍ରୀଛାତ୍ର ଯୋଡ଼ି ହୋଇପାରିବେ ତାହା ଉପରେ ଗୁରୁତ୍ୱ ଦିଆଯିବ। ନିଜର ଦକ୍ଷତା, ଜ୍ଞାନକୌଶଳ ଓ ଅଭିଜ୍ଞତା ଅନୁଯାୟୀ ସେମାନେ ଭବିଷ୍ୟତ ପିଢ଼ିଙ୍କୁ ମାର୍ଗଦର୍ଶନ କରିବେ। ‘ମୋ ସ୍କୁଲ୍‌’ ତତ୍ତ୍ବାବଧାନରେ ପ୍ରତି ଜିଲାର ଜିଲାପାଳ ଏବଂ ‘ମୋ ସ୍କୁଲ୍‌’ ଜିଲାସ୍ତରୀୟ କମିଟି ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସେହିଭଳି ୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘ମୋ ସ୍କୁଲ୍‌’ ଅଂଶଗ୍ରହଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବ। ‘ମିଟ୍‌ ଦି ପର୍ସନାଲିଟି’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଓଡ଼ିଶାର ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କ ସହ ଭାବର ଆଦାନପ୍ରଦାନ କରିବାକୁ ସୁଯୋଗ ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri