ରାସ୍ତାରେ ଶୋଇ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାର ଛକରେ ମଙ୍ଗଳବାର ରାତି ପ୍ରାୟ ୧୧ଟା୧୫ ବେଳେ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଶୋଇ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜରାସ୍ତାରେ ମହିଳା ଜଣକ ପ୍ରାୟ ୧୫ ମିନିଟ୍‌ ଶୋଇ ରହିଥିଲେ। ସୌଭାଗ୍ୟବଶତଃ କୌଣସି ଦୁର୍ଘଟଣାର ଶିକାର ହୋଇନାହାନ୍ତି। ମହିଳାଙ୍କ ନାଁ ରାଧା ହୋଇଥିବା ବେଳେ ତାଙ୍କ ଘର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବୋଲି ସୂଚନା ମିଳିଛି। ରାସ୍ତାରେ ଯାଉଥିବା ଲୋକମାନେ ତାଙ୍କୁ ଉଦ୍ଧାର କରିଥିଲେ। କିଛି ସମୟ ପାଇଁ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଯିଏ ପଚାରୁଥିଲେ ରାଧା ପ୍ରେମ ପ୍ରତାରଣାର କାହାଣୀ କହୁଥିଲେ। ଆଉ କେହି କେହି ତାଙ୍କୁ ପାଗଳୀ ବୋଲି ଭାବି ପଳାଇ ଯାଉଥିଲେ। ଖବର ପାଇ ପୋଲିସ ପହଞ୍ଚି ତାଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି।
ରାଧାଙ୍କ କହିବା ଅନୁଯାୟୀ, ହଂସପାଳ ନିକଟ ବରିମୁଣ୍ଡ ଅଞ୍ଚଳର ବ୍ରାହ୍ମଣ ସମ୍ପ୍ରଦାୟର ବିଷ୍ଣୁ ନାମକ ଜଣେ ଯୁବକଙ୍କ ସହ ତାଙ୍କର ୪ ବର୍ଷ ହେଲା ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୧୫ ଦିନ ହେଲା ସେ ଘର ସଂସାର ଛାଡ଼ି ଉକ୍ତ ଯୁବକଙ୍କ ସହ ପଳାଇ ଯାଇଥିଲେ। ସେଦିନଠାରୁ ସେ ଗୋଟିଏ ଶାଢ଼ି ପିନ୍ଧି ରହିଛନ୍ତି। ଉକ୍ତ ଯୁବକ ମଙ୍ଗଳବାର ତାଙ୍କୁ ଜୟଦେବ ବିହାର ଛକରେ ଛାଡ଼ି ପଳାଇ ଯାଇଛନ୍ତି। ତେଣୁ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ରାଧା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri