Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟା ସାଙ୍ଗକୁ ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ସାମନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସୁଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହେବାର ସମ୍ଭାବନା ରହିଛି। ଆଜିର ଯାତ୍ରା, ପ୍ରକାଶନ, ବ୍ୟବସାୟ, କଳା କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ପ୍ରତ୍ୟେକ ସ୍ତରରେ ଭାବିଚିନ୍ତି କାମ କରିବା ଭଲ। କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବା ସମୟରେ ପୂର୍ବର ଆନନ୍ଦ ଆଉ ନ ଥିବ ।
କର୍କଟ
କର୍କଟ
ବନ୍ଧୁ ଅର୍ଥଲାଭର ସୁବିଧା କରାଇଲେ ମଧ୍ୟ ପାରିବାରକ କ୍ଷେତ୍ରକୁ ବିପଦସଙ୍କୁଳ କରିପାରନ୍ତି। ସଭା ସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ମିଳାଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସୂତ୍ର ବାହାର କରିବାରେ ସମର୍ଥ ହେବେ । ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମାଲିମକଦ୍ଦମା, ଜମିଜମା ସମସ୍ୟା ସମାଧାନ ଦିଗକୁ ମୁହାଁଇବ।
ବିଛା
ବିଛା
ସତର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ। କୌଣସି ସତ୍ୟତା ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିପାରନ୍ତି। ମହିଳାମାନଙ୍କ କ୍ଷେତ୍ରରେ ଅର୍ଥ ସଙ୍କଟ ଲାଗିରହିବ ।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମନା କରି କାମ ହାସଲ କରିବାକୁ ପଡ଼ିବ। ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇ ଖୁସି ହେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ । ଆର୍ଥିକ ସ୍ବଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri