ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇର ଧାରଣା

ସୁନ୍ଦରଗଡ଼,୧୨ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ସମସ୍ତ ଖଣି ଖାଦାନ ଓ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ଜିଲା ଖଣିଜ ପାଣ୍ଠିର ସଦ୍‌ ବିନିଯୋଗ, ଧାନମଣ୍ଡିରେ କଟ୍‌ନି ଛଟ୍‌ନି ବନ୍ଦ ଆଦି ଦାବି ନେଇ ବୁଧବାର ସିପିଆଇ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ଡିଆରଡିଏ ଛକଠାରେ ଗଣଧାରଣା ଦିଆଯାଇଥିଲା। ଏଥିରେ ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ତଥା ଏଆଇଟିୟୁସି ରାଜ୍ୟ ସଭାପତି ଅଶୋକ କୁମାର ଦାଶ,ସିପିଆଇ ଜିଲା ସମ୍ପାଦକ ପ୍ରଦୋଷ ମହାନ୍ତି, ସହ ସମ୍ପାଦକ ସୁନୀଲ ନାଏକ, ଶୁକଦେବ ନାଏକ, ରାଜେନ୍ଦ୍ର ନାଏକଙ୍କୁ, ଗୋପାଳପୁର ସରପଞ୍ଚ ପୂରବୀ ନାଏକ ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗ ଦେଇ ପ୍ରାକୃତିକ ପ୍ରାଚୁର୍ଯ୍ୟରେ ଭରପୂର ସୁନ୍ଦରଗଡ଼ ଜିଲାର ବିକାଶ ପାଇଁ ସରକାର ତଥା ପ୍ରଶାସନର ଉଦାସୀନତାକୁ ସମାଲୋଚନା କରିଥିଲେ। ଜିଲାରେ ଗୁଣାତ୍ମକ ଶିକ୍ଷା,ସ୍ବାସ୍ଥ୍ୟ, ଗମନାଗମନ,ନିରନ୍ତର ବିଦ୍ୟୁତ ସେବା ଯୋଗାଇ ଦେବା,ତୁରନ୍ତ ଜଙ୍ଗଲ ଜମିପଟ୍ଟା ପ୍ରଦାନ, ଅତି ଶୋଚନୀୟ ହୋଇ ପଡ଼ିଥିବା ଟପରିଆଠାରୁ ସୁନ୍ଦରଗଡ଼ ମୁଖ୍ୟରାସ୍ତାକୁ ଚାରିଥାକିଆ କରିବା, ବିସ୍ଥାପିତ ଓ ପ୍ରଦୂଷଣ ସମସ୍ୟାର ତ୍ୱରିତ ସମାଧାନ ଓ ଅନ୍ୟାନ୍ୟ ଦାବି ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri