ପରିତ୍ୟକ୍ତ ଅବସ୍ଥାରେ ସରଳାପଦର ପୁଷ୍କରିଣୀ

ବାଲୁଗାଁ,୧୩।୧୦(ଡି.ଏନ୍‌.ଏ.): ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୧ନଂ. ୱାର୍ଡ଼ ସରଳାପଦର ଗ୍ରାମ ସଂଲଗ୍ନ ତଥା ୫ନଂ ଜାତୀୟ ରାଜପଥ ପାର୍ଶ୍ୱ ରହିଥିବା ବହୁ ପୁରାତନ ପୁଷ୍କରିଣୀଟି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୁଷ୍କରିଣୀର ଚତୁଃପାର୍ଶ୍ୱରେ ବିଭିନ୍ନ ଅନାବନା ଗଛ ଉଠିଯାଇଥିବା ବେଳେ ଦଳରେ ପରିପୂର୍ଣ୍ଣ ହୋଇ ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ଏହି ପୁଷ୍କରିଣୀଟି ଗ୍ରାମବାସୀଙ୍କ ଆବଶ୍ୟକରେ ଆସୁଥିବାରୁ ଏହାକୁ ପୁନରୁଦ୍ଧାର କରାଯାଉ ବୋଲି ସାଧାରଣରେ ଦାବି ହୋଇଛି।

ପ୍ରକାଶ ଯେ, ସରଳାପଦର ଗ୍ରାମକୁ ପ୍ରବେଶ ରାସ୍ତା ପାର୍ଶ୍ୱରେ କେଉଁ ଆବାହନ କାଳରୁ ଏହି ପୋଖରୀଟି ରହିଅଛି। ଉକ୍ତ ଗ୍ରାମ ଏବଂ ସ୍ଥାନୀୟ ଅଧିବାସୀ ସମେତ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ମଧ୍ୟ ଉକ୍ତ ପୋଖରୀରେ ସ୍ନାନାଦି କାର୍ଯ୍ୟ କରିଥାନ୍ତି। ଏଥି ସହିତ ଶୁଦ୍ଧକ୍ରିୟା ଆଦି କାର୍ଯ୍ୟ ପାଇଁ ଉକ୍ତ ପୋଖରୀ ଉପରେ ଲୋକେ ନିର୍ଭର କରନ୍ତି। କିନ୍ତୁ କିଛି ମାସ ହେଲା ପୋଖରୀ ଚତୁଃପାର୍ଶ୍ୱରେ ଅନାବନା ବୃକ୍ଷ ମାଡ଼ି ଯିବା ସହ ଦଳରେ ସମ୍ପୂର୍ଣ୍ଣ ଆଚ୍ଛାଦିତ ହୋଇପଡ଼ିଛି। ଯାହାକି ପୋଖରୀରେ ସ୍ନାନ କରିବା ତ ଦୂରର କଥା ପ୍ରବେଶ କରିବା ସମ୍ଭବପର ନୁହେଁ। ଦଳ ପଚିସଢ଼ି ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହେବାସହ ଗ୍ରାମବାସୀଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଆଦି ମାରତ୍ମାକ ରୋଗର ସଂକ୍ରମଣ ହେବାର ଆଶଙ୍କା ରହିଛି। ବର୍ଷ ବର୍ଷ ଧରି ଏହି ସମସ୍ୟା ଲାଗି ରହିଛି। ଗ୍ରାମବାସୀ ଏଦିଗରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ନିକଟରେ ବାରମ୍ବାର ଦାବି କରୁଥିଲେ ମଧ୍ୟ ଉକ୍ତ ପୁଷ୍କରିଣୀର ପୁନରୁଦ୍ଧାର ତଥା ସ୍ଥାୟୀ ନିରାକରଣ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅତିଶୀଘ୍ର ଏଥିପ୍ରତି ଗୁରୁତ୍ୱ ଦେଇ ଏହି ପୁଷ୍କରିଣୀର ପୁନରୁଦ୍ଧାର ସହ ଉନ୍ନତିକରଣ କରା ନ ଗଲେ ଆଗାମୀ ଦିନରେ ସରଳାପଦର ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri