ପଟ୍ଟାମୁଣ୍ଡାଇ କେନାଲରେ ୩ ଯୁବକ ଭାସିଯିବା ଘଟଣା: ୨ ମୃତଦେହ ମିଳିଲା, ଜଣଙ୍କର ପତ୍ତା ମିଳୁନି

କଟକ ଅଫିସ,୧୩ା୧୦: କଟକ ଜିଲା ଜଗତପୁର ବେଲମାଳିଆ ମନ୍ଦିର ନିକଟ ପଟ୍ଟାମୁଣ୍ଡାଇ କେନାଲରେ ବୁଧବାର ୩ ଯୁବକ ଭାସି ଯାଇଥିଲେ। ଗୁରୁବାର ୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟ ତ୍ରିଲୋଚନ ମହଲା ଓ ବାଦଲ ସାହୁ। ତ୍ରିଲୋଚନଙ୍କ ଘର ଚାଉଳିଆ ଗଞ୍ଜରେ ହୋଇଥିବାବେଳେ ବାଦଲଙ୍କ ଘର ଚୌଦ୍ୱାର ବୋଲି ଜଣାପଡ଼ିଛି। ଏବେ ବି ନିଲୁ ନାମକ ଜଣେ ଯୁବକଙ୍କ ପତ୍ତା ମିଳିନାହିଁ।

ଚୌଦ୍ୱାରରେ ଲକ୍ଷ୍ମୀପୂଜା ଭସାଣି ଦେଖିବା ପାଇଁ ନିଲୁ ଓ ତାଙ୍କ ସାଙ୍ଗ ତ୍ରିଲୋଚନଙ୍କୁ ନେଇ ମାଉସୀ ଘରକୁ ଯାଇଥିଲେ। ବୁଧବାର ରାତିରେ ଲକ୍ଷ୍ମୀପୂଜା ଭସାଣି ଚାଲିଥିବା ବେଳେ ପଟ୍ଟାମୁଣ୍ଡାଇ କେନାଲ ବନ୍ଧରେ ନିଲୁ, ତ୍ରିଲୋଚନ, ମାଉସୀ ପୁଅ ବାଦଲ ଓ ତାଙ୍କ ସାଙ୍ଗ ବସିଥିଲେ। ଏହି ସମୟରେ ଜଣେ ଯୁବକ କେନାଲ ଭିତରକୁ ଖସିପଡ଼ିବାରୁ ଯୁବକଙ୍କୁ ଉଦ୍ଧାର କରିବାକୁ ସମସ୍ତେ କେନାଲକୁ ଡେଇଁ ପଡ଼ିଥିଲେ। ସେଠାରେ ଉପସ୍ଥିତ ସ୍ଥାନୀୟ ଲୋକେ ବାଦଲଙ୍କ ସାଙ୍ଗକୁ ଉଦ୍ଧାର କରିଥିଲେ। ହେଲେ ନିଲୁ, ତ୍ରିଲୋଚନ ଓ ବାଦଲଙ୍କର କୌଣସି ପତ୍ତା ମିଳି ନ ଥିଲା। ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗତକାଲି ରାତିରୁ ଖୋଜାଖୋଜି କରିବା ପରେ ଆଜି ତ୍ରିଲୋଚନ ଓ ବାଦଲଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନିଲୁ ଏବେ ବି ନିଖୋଜ ଅଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri