Posted inଜାତୀୟ

ଉଦ୍ଧବ ଗୋଷ୍ଠୀଙ୍କୁ ବଡ଼ ଆଶ୍ୱସ୍ତି: ଉପନିର୍ବାଚନରେ ଦେଇପାରିବେ ପ୍ରାର୍ଥୀ

ମୁମ୍ବାଇ,୧୩।୧୦: ମୁମ୍ବାଇ ଉପନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ଶିବସେନାର ଉଦ୍ଧବ ଗୋଷ୍ଠୀ ପ୍ରାର୍ଥୀ ଋତୁଜା ଲାଟ୍‌କେଙ୍କୁ ଅଦାଲତ ଅନୁମତି ଦେଇଛନ୍ତି। ପୌର ନିଗମରୁ ତାଙ୍କ ଇସ୍ତଫାପତ୍ର ଗ୍ରହଣ କରିନେବାକୁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଉଦ୍ଧବ ଗୋଷ୍ଠୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରାର୍ଥୀଙ୍କ ଇସ୍ତଫାପତ୍ର ଗ୍ରହଣ ନ କରିବା ଲାଗି ଏକନାଥ ଶିନ୍ଦେ ସରକାର ପୌର ନିଗମ ଉପରେ ଚାପ ପକାଉଥିବା ଅଭିଯୋଗ ହୋଇଥିଲା। ଶୁକ୍ରବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ଋତୁଜାଙ୍କ ଇସ୍ତଫାପତ୍ର ଗୃହୀତ ନ ହୋଇଥିଲେ, ସେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ହୋଇପାରି ନ ଥାନ୍ତେ। ନିଷ୍ପତ୍ତି ନେବାକୁ ସମୟ ଲାଗିବ ବୋଲି ପୌରନିଗମ ମୁଖ୍ୟ କହିଥିବା ବେଳେ ରାଜନୈତିକ ଚାପ ଅଭିଯୋଗକୁ ବ୍ରିହନମୁମ୍ବାଇ କମିଶନର ଇକ୍‌ବାଲ ଚହଲ ଖଣ୍ଡନ କରିଥିଲେ। ଶୁକ୍ରବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଋତୁଜାଙ୍କ ଇସ୍ତଫାପତ୍ର ଗ୍ରହଣ ସମ୍ପର୍କିତ ପତ୍ର ହସ୍ତାନ୍ତର କରିବା ଲାଗି ହାଇକୋର୍ଟ ପୌର ନିଗମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri