Posted inଜାତୀୟ

ପରୀକ୍ଷାରେ ଫେଲ୍‌ ହେବାରୁ ଶିକ୍ଷକଙ୍କ ମାଡ଼ରେ ଚାଲିଗଲା ଛାତ୍ରଙ୍କ ଜୀବନ

ନୂଆଦିଲ୍ଲୀ,୧୩।୧୦: ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ହୋଇଥିବା ଜଣେ ୧୨ ବର୍ଷ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ହସ୍ପିଟାଲରେ ବେଡ୍‌ ନ ମିଳିବାରୁ ଚିକିତ୍ସାରେ ବିଳମ୍ବ ହୋଇଥିଲା। ଫଳରେ ନାବାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ଗ୍ରେଟର ନୋଏଡ଼ାର ବାଦଲପୁର ଅଞ୍ଚଳରେ ଥିବା ଏକ ସ୍କୁଲ୍‌ରେ ପ୍ରିନ୍ସ ନାମକ ଉକ୍ତ ଛାତ୍ର ପଢ଼ୁଥିଲେ। ଗତ ୭ ତାରିଖରେ ବାପା ତାଙ୍କୁ ନେଇ ସ୍କୁଲ୍‌ରେ ଛାଡ଼ି ଆସିଥିଲେ। ହେଲେ ପୁଅ ସଂଜ୍ଞାହୀନ ହୋଇପଡ଼ିଥିବା ଘରକୁ ସ୍କୁଲରୁ ଫୋନ୍‌ କଲ୍‌ ଆସିଥିଲା। ସେ ସଙ୍ଗେ ସଙ୍ଗେ ପ୍ରିନ୍ସଙ୍କୁ ଏକ ଘରୋଇ କ୍ଲିନିକ୍‌କୁ ନେଇଥିଲେ। ଅଧିକ ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲ ପଠାଇବାକୁ କୁହାଯିବାରୁ ପ୍ରଥମେ ସଫଦରଜଙ୍ଗ ପରେ ରାମ ମନୋହର ଲୋହିଆ ଏବଂ ଜି.ବି. ପନ୍ଥ ହସ୍ପିଟାଲ ନିଆଯାଇଥିଲା। ବେଡ୍‌ ଅଭାବରୁ ଉକ୍ତ ହସ୍ପିଟାଲଗୁଡ଼ିକରେ ଆଡମିଶନ ହୋଇ ପାରି ନ ଥିଲା। ଶେଷରେ ଏଲ୍‌ଏନ୍‌ଜେପି ହସ୍ପିଟାଲରେ ପ୍ରିନ୍ସଙ୍କ ଅସ୍ତ୍ରୋପଚାର ହୋଇଥିଲା। ହେଲେ ସେଠାରେ ତାଙ୍କର ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରୀକ୍ଷାରେ ଫେଲ୍‌ ହୋଇଥିବାରୁ ଶିକ୍ଷକ ଜଣକ ପ୍ରିନ୍ସଙ୍କୁ ବେତରେ ମାଡ଼ ମାରିଥିବା ସାଙ୍ଗମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri