ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅସହାୟ ବୃଦ୍ଧା

ଯାଜପୁର ଅଫିସ,୧୪ା୧୦: ଗରିବ ଲୋକଙ୍କୁ ଆବାସ ଘର ଠାରୁ ଆରମ୍ଭ କରି ଭତ୍ତା, ଟଙ୍କିକିଆ ଚାଉଳ ସରକାର ଯୋଗାଇ ଦେଉଛନ୍ତି। ହେଲେ ସରକାରଙ୍କ ଏହି ସୁବିଧା କାହାକୁ ମିଳୁଛି ତ ଆଉ କିଏ ପାଇବା ପାଇଁ ବର୍ଷ ବର୍ଷ ଧରି ଚାହିଁ ବସିଛନ୍ତି। ଏପରିକି ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ନିକଟରେ ଗୁହାରୀ କଲେ ମଧ୍ୟ ଫଳ ମିଳୁନାହିଁ। ମୁଖ୍ୟତଃ ବିଞ୍ଝାରପୁର ବ୍ଲକରେ ବହୁ ଅସହାୟ ଗରିବ ଲୋକ ସରକାରଙ୍କ ବିଭିନ୍ନ ଯୋଜନାରୁ ବାଦ୍‌ ପଡିଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ଜରୀ ଗ୍ରାମର ଅସହାୟ ବୃଦ୍ଧା ଶାନ୍ତିଲତା ଦେଇଙ୍କ ଅବସ୍ଥାକୁ ଦେଖିଲେ ଜଳ ଜଳ ହୋଇ ଦିଶୁଛି। ଜରୀ ଗାଁର ୭୪ ବର୍ଷିୟା ବୃଦ୍ଧା ଶାନ୍ତିଲତାଙ୍କ ସ୍ବାମୀ ଗଗନ ମଳିକ ଆଜକୁ କିଛି ବର୍ଷ ହେବ ନିଖୋଜ ହୋଇଯାଇଛନ୍ତି। ପୁଅମାନେ ଶାନ୍ତିଲତାଙ୍କୁ ପଚାରୁ ନାହାନ୍ତି। ଏବେ ଶାନ୍ତିଲତା ଭୋକ ଉପାସରେ ରୋଗ ଶର୍ଯ୍ୟାରେ ପଡିଛନ୍ତି। ରାଜ୍ୟ ସରକାର ୬୦ ବର୍ଷର ବୃଦ୍ଧାବୃଦ୍ଧଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିଥିଲେ ମଧ୍ୟ ଶାନ୍ତିଲତା ଏଥିରୁ ବାଦ୍‌ ପଡିଛନ୍ତି। ୨୦୧୬ରୁ ଶାନ୍ତିଲତା ଭତ୍ତା ଅର୍ଥ ପାଇବା ପାଇଁ ବିଡ଼ିଓଙ୍କ ଠାରୁ ଆରମ୍ଭ କରି ଉପଜିଲାପାଳ ପର୍ଯ୍ୟନ୍ତ ସମସ୍ତଙ୍କୁ ନେହୁରା ହୋଇଛନ୍ତି। ଶାନ୍ତିଲତାଙ୍କ ଅବସ୍ଥା ଦେଖି ତତ୍କାଳୀନ ଉପଜିଲାପାଳ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ବିଞ୍ଝାରପୁର ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ୬ ବର୍ଷ ଧରି ଏହି ନିର୍ଦ୍ଦେଶ ସରକାରୀ ନାଲିଫିତା ତଳେ ହଜିଯାଇଛି। ଏପରି କି ଭତ୍ତା ଅର୍ଥ ପାଇବା ପାଇଁ ଶାନ୍ତିଲତା ବାରମ୍ବାର ଆବେଦନ କରୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ହେଲେ ଏହି ବ୍ଲକରେ ବହୁ ଥିଲାବାଲା ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ଫାଇଦା ଉଠାଉଛନ୍ତି। ଯାଜପୁର ଜିଲାପାଳ ଏ ଦିଗରେ ତୁରନ୍ତ ଦୃଷ୍ଟି ଦେବା ସହ ଶାନ୍ତିଲତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଯୋଗାଇ ଦେବାକୁ ପୂର୍ବତନ ସରପଞ୍ଚ ଭୁବନାନନ୍ଦ ସାମଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri