ଲୋଧା ଛାତ୍ରୀଙ୍କ ଉଚ୍ଚଶିକ୍ଷା ଆଶା ପୂରଣ ହେଲା

ମୋରଡ଼ା, ୧୪।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଗଁା ପଞ୍ଚାୟତ ଲୋଧା କଲୋନୀ ସାହିର ଅଜିତ ମଲିକ ଓ ଦୁର୍ଗୀ ମଲିକଙ୍କ ଝିଅ ସାବି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ଘରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାବେଳେ ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନ ଥିବାରୁ ସାବିଙ୍କ ଉଚ୍ଚଶିକ୍ଷା ଆଶା ମଉଳି ଯାଇଥିଲା। ଏନେଇ ସେପ୍ଟେମ୍ବରରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ଯୁବ ସାମାଜିକ କର୍ମୀ ତଥା ଛାତ୍ରନେତା ଅମୀର ଖାନ ଓ ତାଙ୍କ ସହଯୋଗୀମାନେ ସାବିଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ତାଙ୍କ ଘରେ ପହଞ୍ଚି ପ୍ରଥମେ ଖାଦ୍ୟ ଓ ରାଶନ ସାମଗ୍ରୀ ଯୋଗାଇଦେବା ସହ ସାବିଙ୍କୁ ଉଚ୍ଚଶିକ୍ଷା ପାଇଁ ଆଡ଼ମିଶନ କରାଇଦେବେ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଗୁରୁବାର ଦ୍ୱାଦଶ ଶ୍ରେଣୀରେ ଆଡ଼ମିଶନ ଶେଷ ତାରିଖ ଥିବାବେଳେ ଅମୀର ଓ ତାଙ୍କ ସହଯୋଗୀ ହରେକୃଷ୍ଣ ମହାନ୍ତ ସାବି ଏବଂ ତାଙ୍କ ମା’ଙ୍କୁ ଚିତ୍ରଡ଼ା ମହାବିଦ୍ୟାଳୟକୁ ନେଇଥିଲେ। ସାବିଙ୍କ ଆଡ଼ମିଶନ ପାଇଁ ସମସ୍ତ କାଗଜପତ୍ର ପ୍ରସ୍ତୁତ କରିବା ସହ ୧୫୭୪ ଟଙ୍କା ଜମା କରି ଧନ୍ଦାମୂଳକ ଶିକ୍ଷା(କମ୍ପ୍ୟୁଟର ଟେକ୍ନୋଲୋଜି)ରେ ତାଙ୍କ ନାମ ଲେଖାଇଛନ୍ତି। ଏପରିକି ସାବିଙ୍କ କଲେଜ ଯିବାଆସିବା ପାଇଁ ତାଙ୍କୁ ଏକ ସାଇକେଲ ମଧ୍ୟ ଯୋଗାଇଦେବେ ବୋଲି ଅମୀର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri