ଦୂଷିତ ଜଳ ବ୍ୟବହାର ଯୋଗୁ ବ୍ୟାପିଥିଲା ଝାଡ଼ାବାନ୍ତି

ନନ୍ଦାହାଣ୍ଡି,୧୪।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ାରେ ବ୍ୟାପିଥିବା ଝାଡ଼ାବାନ୍ତି ଏବେ ନିୟନ୍ତ୍ରଣାଧୀନ। ସପ୍ତାହକ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଡାକ୍ତରୀ ଦଳ ଏକ କ୍ୟାମ୍ପ କରି ସ୍ଥିତି ଅନୁଧ୍ୟାନ କରିବା ସହ ଝାଡ଼ାବାନ୍ତି ନ ବ୍ୟାପିବା ପାଇଁ ଆବଶ୍ୟକ ପଦକ୍ଷେପ ନେଉଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ମାତ୍ର ଜଣେ ଆକ୍ରାନ୍ତ ହୋଇଥିଲେ। ଗୁରୁବାର ଜଣେ ବି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ସୂଚନା ଦେଇଛନ୍ତି ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ବିକାଶ ବାରିକ। ଆଗାମୀ କିଛିଦିନ ଡାକ୍ତରୀ ଦଳ ସେହି ଗ୍ରାମରେ ରହି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କୁ ସଚେତନ କରିବେ ବୋଲି ସେ ସୂଚନା ଦେଇଛନ୍ତି। ପୂର୍ବରୁ ସଂଗ୍ରହ କରାଯାଇଥିବା ରେକ୍ଟଲ ସ୍ବାବ୍‌ ଏବଂ ଗାଁରୁ ନିଆଯାଇଥିବା ପାଣିର ନମୁନା ରିପୋର୍ଟରେ ଏହା ଇସେରେସିଆ କୋଲାଇ ବ୍ୟାକ୍ଟେରିଆ ଦ୍ୱାରା ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଦୂଷିତ ଜଳ ବ୍ୟବହାର ଯୋଗୁ ଏପରି ଝାଡ଼ାବାନ୍ତି ବ୍ୟାପିଛି ବୋଲି ସିଡିଏମ୍‌ଓ କାଳିପ୍ରସାଦ ବେହେରା ସୂଚନା ଦେଇଛନ୍ତି। ଗ୍ରାମବାସୀ ସଚେତନ ହୋଇ ଦୂଷିତ ଜଳ ବ୍ୟବହାର ନ କରିବା ସହ ଡାକ୍ତରଙ୍କ ଦ୍ୱାରା ଦିଆଯାଇଥିବା ଔଷଧ ଠିକ୍‌ ଭାବେ ଖାଇଲେ ଅତିଶୀଘ୍ର ଝାଡ଼ାବାନ୍ତି ମୁକ୍ତ ଗ୍ରାମ ହୋଇପାରିବ ବୋଲି ଡାକ୍ତରୀ ଦଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri