ବରଗଡ଼ ସିରିଜ ଚୋରିର ପର୍ଦ୍ଦାଫାଶ, ବନ୍ଧା ହେଲେ ୮ ଅଭିଯୁକ୍ତ

ବରଗଡ଼ ଅଫିସ,୧୪।୧୦: ବରଗଡ଼ ସହରରେ ଚାଲିଥିବା ସିରିଜ ଚୋରି ମାମଲାର ଶୁକ୍ରବାର ପର୍ଦ୍ଦାଫାଶ ହୋଇଛି। ବରଗଡ଼ ଟାଉନ ଥାନା ପୋଲିସ ୫ ଚୋରି ମାମଲାରେ ୮ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବଲାଙ୍ଗୀର ଜିଲା ଲରମ୍ଭା ଥାନା ଲୁହାସିଂହାର ଫ୍ରାନ୍ସିସ କୁମ୍ଭାର, ବରଗଡ଼ ଟାଉନ ଥାନା ଅଧୀନ ବାଞ୍ଜିଝୁପୁଡିର ରାଜ ଛତ୍ରିଆ, ଗୋବିନ୍ଦପାଲିର ଇନ୍ଦ୍ରେଶ ସିଂ, ନିଲିବନ୍ଧ ପଡାର ସୋନୁ ସାହୁ, ଅଙ୍କିତ ମାଝି, ନୂଆପଡାର ହରିହର ଭୋଇ, ମଙ୍ଗଳା ଝୁପୁଡିର ସରୋଜ ନାଗ ଏବଂ ତଳିପଡାର ଅଶୋକ ଠେଲା।

ପୋଲିସ ତାଙ୍କଠାରୁ ୩ଟି ବାଇକ, ଗୋଟିଏ ପିକ୍‌ଅପ ଭ୍ୟାନ ଜବତ କରିଛି। ଏପରିକି ପୋଲିସ ଚୋରି ହୋଇଥିବା ୨ଟି ମୋବାଇଲ, ଏଟିଏମ୍‌, କାର୍‌, ବିଦ୍ୟୁତ୍‌ ଖୁଣ୍ଟ, ପିକ୍‌ଅପ ଭ୍ୟାନ ଚକ ଆଦି ଉଦ୍ଧାର ହୋଇଥିବା ବରଗଡ଼ ଟାଉନ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ଅମୃତ କୁମାର ପଣ୍ଡା ସୂଚନା ଦେଇ କହିଛନ୍ତି।

ଗିରଫ ଅଭିଯୁକ୍ତମାନେ ବରଗଡ଼ ସହରସ୍ଥିତ ଶିବମ୍‌ ୟାମାହା ଶୋ ରୁମ୍‌ ପରିସରରୁ ବାଇକ୍‌ ଚୋରି, ନିଲିବନ୍ଧପଡ଼ା ରାସ୍ତାରେ ମୋବାଇଲ ଲୁଟ୍‌, ୱାଡ ନଂ-୧୧ରୁ ଗାଡ଼ି ଚକ ଚୋରି, ବାନ୍ଦୁଟିକ୍ରାସ୍ଥିତ ହୋଣ୍ଡା ଶୋ ରୁମ ସମ୍ମୁଖରୁ ବାଇକ୍‌ ଚୋରି ମାମଲାରେ ସମ୍ପୃକ୍ତ ଅଛନ୍ତି। ତେବେ ବରଗଡ଼ ପୌର ପରିଷଦ କାର୍ଯ୍ୟାଳୟ ପରିସରରୁ ଚୋରି ବିଦ୍ୟୁତ୍‌ ଖୁଣ୍ଟ ଉଦ୍ଧାର ହୋଇଥିବା ବେଳେ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସିରିଜ ଚୋରିର ୮ ଅଭିଯୁକ୍ତ ଧରାପଡିବା ପରେ ସହରରେ ଚୋରି କମିବାର ଆଶା କରାଯାଉଛି ବୋଲି ଏସ୍‌ଡିପିଓ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri