୧୨କିମି ରାସ୍ତା ନିର୍ମାଣ ପାଇଁ ବିତିଲାଣି ୩ବର୍ଷ

ବେଗୁନିଆ,୧୫ା୧୦(ଡି.ଏନ୍‌.ଏ.): ଯାତ୍ରୀଙ୍କ ସୁରକ୍ଷିତ ଗମନାଗମନ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମାନି ଯୋଗୁଁ ରାସ୍ତା ନିର୍ମାଣରେ ବହୁ ଅନିୟମିତତା ହେଉଥିବା ନଜିର ରହିଛି। ସେହିପରି ରାସ୍ତାର ମାନ ନିର୍ଦ୍ଧାରଣ କରାଯାଉନାହିଁ, ଫଳରେ କେଉଁଠି ପିଚୁ ଉଠିଗଲାଣି ତ ଆଉ କେଉଁଠି ପିଚୁ ଉପରେ ତାଳି ପଡ଼ିଲାଣି । ଅନେକ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଖାଲିଖମା ସୃଷ୍ଟି ହେଉଛି। ଫଳ ସ୍ବରୂପ ଅନେକ ସମୟରେ ଦୁର୍ଘଟଣା ଘଟି ଜୀବନ ହାନି ହେଉଛି।
ସୂଚନାଥାଉ କି, ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ସାରୁଅଠାରୁ ଚକାପାଦ ପର୍ଯ୍ୟନ୍ତ ୧୨କି.ମି ରାସ୍ତା ନିର୍ମାଣ କାର୍ଯ୍ୟ ୨୦୧୯ରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୭୫କୋଟି ଟଙ୍କା ଅନୁଦାନ ମିଳିଥିଲା। ଆବଶ୍ୟକ ପଡ଼ିଲେ ଅଧିକ ଟଙ୍କା ଅନୁଦାନ ମିଳିବ ବୋଲି ବିଭାଗ ପକ୍ଷରୁ କୁହାଯାଇଥିଲା। ହେଲେ ଆରମ୍ଭରୁ କାର୍ଯ୍ୟ ନିମ୍ନମାନର ହେବା ସହ ଅନେକ ସ୍ଥାନରେ ରାସ୍ତା ଅଣଓସାରିଆ ହୋଇଛି। ବହୁ ସ୍ଥାନରେ କାର୍ଯ୍ୟ ଅଧପନ୍ତରିଆ ଭାବେ ଛାଡି ଦିଆଯାଇଛି। ଫଳରେ ଦୈନନ୍ଦିନ ଛୋଟବଡ଼ ଦୁର୍ଘଟଣା ଘଟୁଛି। ନିର୍ମାଣ କାର୍ଯ୍ୟକୁ ୩ ବର୍ଷ ବିତିଥିଲେ ମଧ୍ୟ ଶେଷ ହୋଇପାରୁନାହିଁ। ସେହିପରି ରାଜପଥ ପାର୍ଶ୍ୱରେ ବଜାର ରହିଥିବା ବେଳେ ଡ୍ରେନ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଢଳେଇର ବାଡ଼ା ଓ ସ୍ଲାବ ମୋଟେଇରେ କୌଣସି ନିର୍ଦ୍ଦିଷ୍ଟତା ରହୁନାହିଁ। ସେହିପରି ବାଘମାରି-କଣ୍ଟିଲୋ ୪୮ନଂ. ରାଜପଥ ଉପରେ ଯିବା ଆସିବା କରିବା କଷ୍ଟକର ହୋଇପଡ଼ିଛି। କେଉଁଠି ଖାଲଖମା ତ ଆଉ କେଉଁଠି ପିଚୁ ରାସ୍ତା ଉପରେ ସିମେଣ୍ଟ ଢଳେଇର ତାଳି। ଏହି ରାଜପଥ ଅନ୍ତର୍ଗତ ଗୋବିନ୍ଦପୁର ଓ ଗେଡିଆପଲ୍ଲି ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଏକ କଲର୍ଭଟ ଉପରେ ୩ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଡାଳ ପତ୍ର ଦେଇ ପଥଚାରୀଙ୍କୁ ସଙ୍କେତ ପ୍ରଦାନ କରିଛନ୍ତି। ଏକ ସପ୍ତାହରୁ ଅଧିକ ଦିନ ହୋଇଥିଲେ ମଧ୍ୟ ବିଭାଗ ପକ୍ଷରୁ ମରାମତି କରାଯାଉନାହିଁ। ତେବେ ଏଭଳି ନିମ୍ନମାନର କାର୍ଯ୍ୟ ପ୍ରତି ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଅକ୍ଷୟ ରଥ, ପ୍ରସନ୍ନ ମହାପାତ୍ର, ଆଶିଷ କୁମାର ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri