ଧାମନଗର,୧୫।୧୦(ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷଦିନ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପକ୍ଷରୁ ହରେକୃଷ୍ଣ ସେଠୀ, ବିଜେଡିରୁ ଅବନ୍ତୀ ଦାସ, ସ୍ବାଧୀନ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରମୁଖ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଭାଜପା ପ୍ରାର୍ଥୀ ତଥା ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ଗତ ୧୧ ତାରିଖରେ ନାମାଙ୍କନ ଦାଖଲ ସାରି ଲୋକସମ୍ପର୍କ ଅଭିଯାନ ଚାଲୁ ରଖିଛନ୍ତି। ନାମାଙ୍କନରେ ଆଗୁଆ ରହିଥିବା ବେଳେ ପ୍ରଚାରରେ ମଧ୍ୟ ଦୁଇପାଦ ଆଗରେ ରହିଛି ଭାଜପା। ଏଥିସହ ଭାଜପାର ହେଭିୱେଟ ନେତା ତାଙ୍କ ପାଇଁ ଗଁା ଗଁାରେ ବୁଲି ଭୋଟ ଭିକ୍ଷା ଆରମ୍ଭ କରି ଦେଇଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ସୂର୍ଯ୍ୟବଂଶୀଙ୍କ ପ୍ରଚାର ମଙ୍ଗ ଧରିଛନ୍ତି। ସେହିପରି ରାଇରଙ୍ଗପୁର ବିଧାୟକ ନବଚରଣ ମାଝି, ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ଜିଲା ପ୍ରଭାରୀ କାଳନ୍ଦୀ ସାମଲ, ଅଭିମନ୍ୟୁ ସେଠୀ, ବଦ୍ରିନାରାୟଣ ଧଳ, ଉଦୟ ନାରାୟଣ ମଲ୍ଲିକ, ସିପ୍ରା ବାଜପେୟୀ, ମନସ୍ମିତା ଖୁଣ୍ଟିଆ, ଜିଲା ସାଧାରଣ ସମ୍ପାଦକ ଶଶିକାନ୍ତ ବିଶ୍ୱାଳ ପ୍ରମୁଖ ପ୍ରଚାରରେ ସାମିଲ ହୋଇଛନ୍ତି।
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ...
ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି
ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...
ଏଇ ଭାରତରେ
ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...
ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍ସ୍କି
ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...
କଚ୍ଛପ ଗତି
କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...
ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି
ଡେରାଡୁନ୍,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍ଲାଇନ ମୋଡ୍ରେ ପାଠପଢ଼ା...
ପୁଟିନ୍ଙ୍କ ଭାରତ ଗସ୍ତ ଅନ୍ତରାଳେ
ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଘୋର ଅସନ୍ତୁଷ୍ଟ। ଏଭଳି ଏକ...
ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି
ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...
Archives


